ଜମୁଛି ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଭାଷା-ସାହିତ୍ୟ ସମାରୋହରେ ଯୋଗ ଦେଇ ଜ୍ଞାନ ହୋତା କହିଲେ ପ୍ରୀତି ବଢ଼ିବା ପାଇଁ…

ଦାରିଙ୍ଗବାଡ଼ି,୧୦ା୧(ଅରୁଣ ସାହୁ): ଏକାଦଶ ତମ ଦାରିଙ୍ଗବାଡ଼ି ଶୀତ ମହୋତ୍ସବର ତୃତୀୟ ଦିବସରେ ଭାଷା ଓ ସାହିତ୍ୟ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଶିଷ୍ଠ ସାହିତି୍ୟକ, କବି, ଲେଖକ, ଗବେଷକ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଥିଲେ ବ୍ୟଙ୍ଗକବି ଜ୍ଞାନ ହୋତା, ପ୍ରିୟବ୍ରତ ପଣ୍ଡା, ବ୍ୟଙ୍ଗକବି ସୁଶାନ୍ତ ମିଶ୍ର ପ୍ରମୁଖ।

ପ୍ରକାଶ ଯେ, ଏହି ସମାରୋହକୁ ବନାନୀ ସାରସ୍ବତ ପରିଷଦର ସଭାପତି ପତିତପାବନ ରାଉତଙ୍କ ଆହ୍ବାନକ୍ରମେ ବିଡିଓ ତଥା ମହୋତ୍ସବ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ତହସିଲଦାର ଧୀରଜ ପାତ୍ର ଉଦ୍‌ଘାଟକ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ମୁଖ୍ୟ ବକ୍ତା ଭାବେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟର ଅଧ୍ୟାପକ ଡ. ବିଭୂତି ଭୂଷଣ ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବେ ବାଲିଗୁଡ଼ା ଶାଳବଣ ସାହିତ୍ୟ ସଂସଦର ସମ୍ପାଦକ ରବୀନ୍ଦ୍ରନାଥ ରଥ, ଦାରିଙ୍ଗବାଡ଼ି ଡଃ ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରତାପ କୁମାର ବେହେରା, ଦାରିଙ୍ଗବାଡ଼ି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର ସାମନ୍ତରାୟ, ଟିକାବାଲି ସାହିତ୍ୟ ସଂସଦର ସମ୍ପାଦକ ମନୋଜ କୁମାର ଭୋଇ, ଫିରିଙ୍ଗିଆ ଶାଳପର୍ଣ୍ଣି ସାହିତ୍ୟ ସଂସଦର ସଭାପତି ଡଃ ବିରଞ୍ଚି ନାରାୟଣ ସାହୁ, ଫୁଲବାଣୀ ବାଣୀଫୁଲ ସାରସ୍ବତ ଅଭିଯାନର ସମ୍ପାଦକ ରାମକୃଷ୍ଣ ମହାନ୍ତି, କଳାହାଣ୍ଡି ଜିଲାର ବ୍ୟଙ୍ଗକବି ସୁଶାନ୍ତ ମିଶ୍ର, କଳାହାଣ୍ଡି ଜିଲାର ଯୁବକବି ହେମନ୍ତ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ କାର୍ଯ୍ୟକ୍ରମରେ ବ୍ଲକ ପ୍ରକଳ୍ପ ସଂଯୋଜକ ଜଗନ୍ନାଥ ରଥ ମଞ୍ଚ ପରିଚାଳନ କରିଥିଲେ। କବିତା ପାଠ ଉତ୍ସବରେ ବରିଷ୍ଠ ଶିକ୍ଷକ ତଥା ବନାନୀ ସାରସ୍ବତ ପରିଷଦର ସହ ସମ୍ପାଦକ ପ୍ରଶାନ୍ତ କୁମାର ସାହୁ, ଗୃହ ବିଜ୍ଞାନ ବିଭାଗର ଅଧ୍ୟାପିକା ସସ୍ମିତା ସାମନ୍ତ ଏବଂ ବବଲୀନ ନାୟକ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସମସ୍ତ କବୟିତ୍ରୀ, କବି ନିଜ କବିତା ପାଠ କରିଥିଲେ। ଅତିଥିଙ୍କୁ ସ୍ମାରକପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା ଏଥି ସହ କବିତା ପାଠ କରିଥିବା ସମସ୍ତ କବୟିତ୍ରୀ, କବିଙ୍କୁ ମାନପତ୍ର ପ୍ରଦାନ ସହ ସମ୍ବର୍ଦ୍ଧନା କରାଯାଇଥିଲା। ସମାରୋହରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ଧନ୍ୟବାଦ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri