କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ ନାୟକଙ୍କ ଦ୍ଵିତୀୟ ପୁତ୍ର ବିନୟ ଓରଫ ଲିଟୁ (୨୨)ଙ୍କକେରଳ ରାଜ୍ୟର ରାଜଧାନୀ ଥିରୁବନ୍ତପୁରମରେ ବାଇକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ମୃତ ଶରୀର ଗ୍ରାମକୁ ଆଣିବା ପାଇଁ ପରିବାର ଲୋକଙ୍କ ପାଇଁ ଅର୍ଥ ବାଧକ ସାଜିଥିବା ବେଳେ ଏନେଇ ଜିଲା ପ୍ରଶାସନ ଓ  ଶ୍ରମ ଅଧିକାରୀଙ୍କୁ ମୃତ ବିନୟଙ୍କ ବାପା ହେରାର୍ଦ ଚିଠି ଲେଖିଛନ୍ତି।  ସେ ଚିଠିରେ ନିବେଦନ କରିଛନ୍ତି ଯେ ତାଙ୍କ ପୁଅର ମୃତଦେହ  ଗାଁକୁ ଆଣିବାକୁ ତାଙ୍କର ସମ୍ବଳ ନାହିଁ । ତେଣୁ ମୃତଦେହ ଆଣିବାକୁ ସେ ନିବେଦନ କରିଛନ୍ତି।

ପ୍ରକାଶ ଯେ ମୃତ ବିନୟ କେରଳ ର ରାଜଧାନୀରେ ଗୋଟିଏ ହୋଟେଲରେ କାର୍ଯ୍ୟରତ ରହିଥିଲେ। ସେ ନିଜ ଡ୍ୟୁଟି ସାରି କୌଣସି ଜଣେ ସାଙ୍ଗଙ୍କ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିଲେ। ଏହି ସମୟରେ ବାଇକ ସହ ଦୁର୍ଘଟଣା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଥିଲା ସେଥିରେ କେରଳର ୨ ଜଣ ରହିଥିବା ବେଳେ ଓଡିଶାର ଦାରିଙ୍ଗବାଡି ଥାନା ଅଞ୍ଚଳର ବିନୟ ରହିଥିବା ମାମୁ ଜେମ୍ସ ନାୟକ ସୂଚନା ଦେଇଛନ୍ତି। ବିନୟଙ୍କ ଦୁର୍ଘଟଣାରେ ମୃତ୍ୟୁ ଖବର ଦାରିଙ୍ଗବାଡି ଅଞ୍ଚଳରେ ପହଞ୍ଚିବା ପରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, କର୍ମଚାରୀଙ୍କ ପ୍ରତି ତାଙ୍କ…

ଦିଗପହଣ୍ଡି, ୨୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଶନିବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଶନିବାର ଏଥି…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର

ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri