ଗୋଟିଏ ଦିନ ପରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏଏସପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଦାରିଙ୍ଗବାଡ଼ି ବ୍ଲକ୍ ସଭାଗୃହ ପରିସରରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଅଞ୍ଚଳବାସୀ ଏବଂ ଲୋକ ପ୍ରତିନିଧିମାନେ ବହୁ ସଂଖ୍ୟାରେ ଅଭିଯୋଗ ନେଇ ପହଞ୍ଚିବାକୁ ପ୍ରସ୍ତୁତ ହୋଇଛନ୍ତି।

ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ମୋବାଇଲ୍ ନେଟୱାର୍କ ସମସ୍ୟା, ପିଇବା ପାଣି, ଭତ୍ତା ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହିତାଧିକାରୀ ଏବଂ ଜମି ବିବାଦ ଭଳି ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ଲୋକେ ଜିଲାପାଳଙ୍କ ନିକଟରେ ଗୁହାରି କରିବାର ସମ୍ଭାବନା ରହିଛି।

ସ୍ଥାନୀୟ ପ୍ରଶାସନ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିବେ।

ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ ଦୂରଦୂରାନ୍ତରୁ ଆସୁଥିବା ଲୋକମାନେ କିପରି ସୁବିଧାରେ ଅଭିଯୋଗ କରିପାରିବେ, ସେଥିପାଇଁ ସମସ୍ତ ପ୍ରସ୍ତୁତି କରିଛନ୍ତି। ସେ କହିଛନ୍ତି ଯେ ବ୍ଲକ୍ କାର୍ଯ୍ୟାଳୟର କର୍ମଚାରୀମାନେ ଅଭିଯୋଗକାରୀଙ୍କୁ ଆବେଦନପତ୍ର ସଂଗ୍ରହ, ନାମ ପଞ୍ଜୀକରଣ କରିବାରେ ସାହାଯ୍ୟ କରିବେ ଏବଂ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇବା ପର୍ଯ୍ୟନ୍ତ ସହାୟତା କରିବେ।

ସୂଚନାଯୋଗ୍ୟ ଯେ, ଜିଲାପାଳ ବେଦଭୂଷଣ ଦାୟିତ୍ୱ ନେବା ପରେ ଗତ ଅଗଷ୍ଟ ୧୧ ତାରିଖରେ ଦାରିଙ୍ଗବାଡ଼ିରେ ଅନୁଷ୍ଠିତ ପ୍ରଥମ ଅଭିଯୋଗ ଶୁଣାଣିରେ ସର୍ବାଧିକ ରେକର୍ଡ ୨୫୬ଟି ଅଭିଯୋଗ ଶୁଣିଥିଲେ। ପୂର୍ବରୁ ଆସିଥିବା କିଛି ଅଭିଯୋଗର ସମାଧାନ ହୋଇନଥିବାରୁ ଏଥର ଅଧିକ ଭିଡ଼ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri