ପ୍ରଶାସନିକ ସ୍ତରରେ ବଡ଼ ପରିବର୍ତ୍ତନ: ବଦଳିଲେ ଦାରିଙ୍ଗବାଡ଼ି ବିଡିଓ, ଆସିଲେ…

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ରାଜ୍ୟରେ ଗତ ଦୁଇଦିନ ହେଲା ପ୍ରଶାସନିକ ସ୍ତରରେ ଅଦଳବଦଳ କରାଯାଇଛି। ଏହି କ୍ରମରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବଦଳି ତାଲିକାରେ ଦାରିଙ୍ଗବାଡ଼ିକୁ ନୂତନ ବିଡିଓ ଭାବେ ପ୍ରୀତିରଞ୍ଜନ ରଥଙ୍କୁ ବଦଳି କରାଯାଇଛି। ସେ ନବରଙ୍ଗପୁର ଜିଲା ଉମରକୋଟ ପଞ୍ଚାୟତ ସମିତି କାର୍ଯ୍ୟାଳୟରୁ ଦାରିଙ୍ଗବାଡ଼ିକୁ ବଦଳି ହୋଇ ଆସିଛନ୍ତି। ତେବେ ଏଠାରେ କାର୍ଯ୍ୟରତ ବିଡିଓ ଗଦାଧର ପାତ୍ରଙ୍କ ଅନ୍ୟତ୍ର ବଦଳି ହୋଇଛି। ଗଦାଧର ଗତ ନଭେମ୍ବର ୨ରେ ଦାରିଙ୍ଗବାଡ଼ିରେ ନୂଆ ବିଡିଓ ଭାବେ କାର୍ଯ୍ୟରେ ଯୋଗଦେଇଥିବାବେଳେ ସେ ୨୦୨୨ ସେପ୍ଟେମ୍ବର ୩୦ରେ ପଦୋନ୍ନତି ପାଇଁ ସିନିୟର ବ୍ରାଞ୍ଚ ହୋଇଥିଲେ ସୁଦ୍ଧା ଏଠାରେ ଦକ୍ଷତାର ସହ କାର୍ଯ୍ୟ କରିଆସିଥିଲେ। ସେ ୨ଥର ଶୀତ ମହୋତ୍ସବ ପାଳନ କରି ଲୋକଙ୍କ ହୃଦୟ ଜିତିଥିବାବେଳେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ବିଶେଷ କରି ଅପହଞ୍ଚ ରୁଦ୍ଧିମାଳ, ଡୁଲୁରୀ, ହିଲଭିୟୁ, ଲଭର୍ସ ପଏଣ୍ଟ ଆଦିର ବିକାଶ କରିବା ସହ ପୂର୍ବତନ ସରକାର ସମୟରେ ସ୍ମାର୍ଟ ସ୍କୁଲର ରୂପାନ୍ତକରଣଠାରୁ ଆରମ୍ଭ କରି ସୁଭଦ୍ରା ଯୋଜନା ପରିଚାଳନା ଆଦିରେ ସଫଳତାର ସହ କାର୍ଯ୍ୟ କରି ଲୋକଙ୍କ ପ୍ରିୟଭାଜନ ହୋଇପାରିଛନ୍ତି। ତାଙ୍କର ଦାରିଙ୍ଗବାଡ଼ି ଏକ ଅଭୁଲା ସ୍ମୃତି ପୁସ୍ତକ ଲୋକପ୍ରିୟ ଆଣିଥିବା ବେଳେ ଏଇ ଆମ ଦାରିଙ୍ଗବାଡ଼ି ଭଳି ସୁନ୍ଦର ସଙ୍ଗୀତ ତିଆରି କରି ସେ ଉଚ୍ଚ ପ୍ରଂଶନୀୟ ହୋଇଛନ୍ତି। ତାଙ୍କ ବଦଳିରେ ଅଞ୍ଚଳବାସୀ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri