୧୦ ମିନିଟ୍‌ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୬ା୭(ଅରୁଣ କୁମାର ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ପ୍ରବଳ ବର୍ଷିଛି। ମାତ୍ର ୧୦ ମିନିଟ୍‌ ବର୍ଷାରେ ବେହାଲ ହୋଇଛି ଦାରିଙ୍ଗବାଡ଼ି ବଜାର। ଉକ୍ତ ବଜାରର ଲକ୍ଷ୍ମୀବଜାର ଛକ, ତିନି ଛକ, ଚାରିଛକ ଅଞ୍ଚଳରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ରାସ୍ତା ଉପରେ ଆଣ୍ଠୁଏ ପାଣି ଜମି ରହିଛି। ଫଳରେ ଲୋକଙ୍କ ଯାତାୟାତରେ ସମସ୍ୟା ଦେଖାଦେଇଛି। ଉକ୍ତ ଅଞ୍ଚଳରେ ଅନେକ ଲୋକଙ୍କ ଦୋକାନ ଗୃହ ସମେତ ଘରେ ପାଣି ପଶି ହଇରାଣ ଭୋଗିଛନ୍ତି। ରାଇପୁରଠାରୁ ଗୋପାଳପୁରକୁ ୫୯ ନଂ ଜାତୀୟ ରାଜପଥ ଦାରିଙ୍ଗବାଡ଼ି ବଜାର ଦେଇ ଯାଇଛି। କିଛିଦିନ ତଳେ ଏହି ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ତ୍ରୁଟିପୂର୍ଣ୍ଣ ଡ୍ରେନେଜ କାର୍ଯ୍ୟ ସହ ଫେବର ବ୍ଲକ କାର୍ଯ୍ୟ ଅତି ନିମ୍ନମାନର କାର୍ଯ୍ୟ କରାଯାଇଥିବା ଅଭିଯୋଗ ହୋଇଛି। ଏବେ ରାଜପଥର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ରାଜପଥ ଉପରେ ପାଣି ଜମା ହୋଇ ରହିବା ସହ ରାଜପଥର ବର୍ଷା ଜଳ ନିଷ୍କାସନ ପାଇଁ ରହିଥିବା ରାସ୍ତାଗୁଡ଼ିକ ସଠିକ୍‌ ଭାବେ କରାଯାଇ ନ ଥିବା ବେଳେ ରାଜପଥର ପାଣି ଡ୍ରେନରେ ପ୍ରବେଶ କରିପାରୁନି। ଫଳରେ ରାଜପଥ ଉପରେ ବର୍ଷା ଜଳ ଜମା ହୋଇରହୁଛି। ଏନେଇ ଜାତୀୟ ରାଜପଥ ବିଭାଗର କନିଷ୍ଠ ଯନ୍ତ୍ରୀ ଜୟଦେବ ଦେଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି, ଜଳ ଯୋଗାଣ ବିଭାଗ ଡ୍ରେନ୍‌ ନିକଟରେ ପାଇପ ବିଛାଇଥିବାରୁ ରାଜପଥ ଉପର ପାଣି ନିଷ୍କାସନ ହୋଇପାରୁ ନ ଥିବା ସେ କହିଛନ୍ତି। ତେବେ ସେ କହିବା ଅନୁସାରେ ତିନି ଛକରେ ସେଭଳି କୌଣସି ପାଇପ୍‌ ବିଛାଯାଇନି କେବଳ ସମ୍ପ୍ରସାରଣ ତ୍ରୁଟି ପାଇଁ ଜଳ ନିଷ୍କାସନ ହୋଇପାରୁ ନ ଥିବା ଲୋକମାନେ କହିଛନ୍ତି। ତେବେ ଖୁବ୍‌ଶୀଘ୍ର ଜଳ ନିଷ୍କାସନ ପାଇଁ ପଦକ୍ଷେପ ନେବୁ ବୋଲି ବିଭାଗୀୟ ଯନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଲଟା ସୂର୍ଯ୍ୟପରାଗ… ଆଶ୍ଚର୍ଯ୍ୟ ହୋଇଗଲେ ବୈଜ୍ଞାନିକ! କହିଲେ ଅଗଷ୍ଟ ୧୨ରେ ଭାରତରେ ଘଟିବ…

ଅଗଷ୍ଟ ୧୨ ରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଲାଗୁଛି। କିନ୍ତୁ ଆପଣ ଜାଣନ୍ତି କି ଏହି ସୂର୍ଯ୍ୟପରାଗ ଗୋଟିଏ ବ୍ୟାକୱାର୍ଡ ସୋଲାର ଏକ୍ଲିପ୍ସ (Backward Solar Eclipse) ଅର୍ଥାତ୍…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri