ଆସୁଛି ଶାରଦୀୟ ଛୁଟି: ଦାରିଙ୍ଗବାଡ଼ିରେ ହେବ ପର୍ଯ୍ୟଟକଙ୍କ ଭିଡ଼, ଏବେଠୁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଏବେ ଚଳଚଞ୍ଚଳ ହୋଇପଡ଼ିଛି। ଏବେ ପାର୍ବଣ ଋତୁ ଆସିଯାଇଥିବା ବେଳେ ଆଗକୁ ଆସୁଛି ଶାରଦୀୟ ଛୁଟି। ଛୁଟି କାଟିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଦୈନିକ ହଜାର ହଜାର ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ହୋଟେଲ, ଲଜ୍‌, ରେଷ୍ଟୁରାଣ୍ଟ ଆଦି ଆଗୁଆ ବୁକିଂ କରିସାରିଛନ୍ତି। ସମସ୍ତ ପ୍ରକାର ବ୍ୟବସାୟୀ ବ୍ୟବସାୟ କରିବାକୁ ବିଭିନ୍ନ ସାମଗ୍ରୀ ବିଶେଷକରି ଜଙ୍ଗଲଜାତୀୟ ସାମଗ୍ରୀ ସହ ବିଶ୍ୱ ବିଖ୍ୟାତ କନ୍ଧମାଳ ହଳଦୀ ଆଦି ପ୍ରସ୍ତୁତ କରି ରଖିଛନ୍ତି। ସେହି କ୍ରମରେ ସ୍ଥାନୀୟ ପ୍ରଶାସନ ଓ ଜିଲା ପ୍ରଶାସନ ମଧ୍ୟ ପର୍ଯ୍ୟଟକଙ୍କୁ କିଭଳି ପର୍ଯ୍ୟଟନକ୍ଷେତ୍ର ଅଧିକ ଆକୃଷ୍ଟ କରିବ ସେନେଇ ହିଲ୍‌ଭିୟୁ ପାର୍କର ଫାଉଣ୍ଟେନ ସମେତ ନୂତନ ଭାବେ ଶିଶୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ନୂତନ ଭାବେ ଟୟ ଟ୍ରେନ୍‌ ସାମିଲ ହୋଇଛି।
ସେହିପରି ୮୫ ଲକ୍ଷ ବିନିମୟରେ ଡୁଲୁରୀ ପାଇନ ବଣର ସୌନ୍ଦର୍ଯ୍ୟକରଣ କରାଯାଉଛି। ଏଥିସହିତ ଋଷିମାଳ ପାହାଡ଼ର ସୌନ୍ଦର୍ଯ୍ୟକରଣ ସହ ଉନ୍ନୟନ କାର୍ଯ୍ୟକୁ ଜୋର୍‌ଦାର କରାଯିବା ସହ ପର୍ଯ୍ୟଟକଙ୍କ ସାମାଜିକ ସୁରକ୍ଷା ଦିଗରେ ପଦକ୍ଷେପ ନେବାକୁ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

ଆହୁରି ଖସିବ ସୁନାଦର! ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କିଣିବେ କେବେ?

ନୂଆଦିଲ୍ଲୀ,୪।୨: ସରକାର ଶେଷରେ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ କଷ୍ଟମ୍ସ ବୋର୍ଡ (CBIC) ଦ୍ୱାରା ଜାରି…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି।…

ଭାରତ ତେଲ ନ କିଣିଲେ ବଡ଼ କ୍ଷତି ସହିବ ରୁଷିଆ! ହେବ ଏତେ କୋଟିର ଘାଟା…

ନୂଆଦିଲ୍ଲୀ,୪।୨: ଭାରତ କ’ଣ ପ୍ରକୃତରେ ରୁଷିଆରୁ ତେଲ କିଣିବା ବନ୍ଦ କରିଦେବ? ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଭାରତର ଶକ୍ତି ରଣନୀତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ…

ଡକାୟତି ପାଇଁ କରୁଥିଲେ ଯୋଜନା, ଅତର୍କିତ ଚଢାଉ କଲା ପୋଲିସ, ତା’ପରେ…

ବଲାଙ୍ଗୀର, ୪।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସ ଟିମ ମଙ୍ଗଳବାର ପାଟ୍ରୋଲିଂ କରିବାବେଳେ ହାଇୱେ ଏବଂ ଆଖପାଖରେ ଡକାୟତି ଯୋଜନା କରୁଥିବା ୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri