ଶୀତ ମହୋତ୍ସବ ପାଇଁ ଉତ୍ସବମୁଖର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି, ୭ା୧(ଡି.ଏନ୍‌.ଏ)- ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିଠାରେ ଶନିବାର ସାରୁ ଶୁଭାରମ୍ଭ ହେବ ୫ ଦିନିଆ ଶୀତ ମହୋତ୍ସବ। ଏଥିପାଇଁ ଦାରିଙ୍ଗବାଡ଼ି ଚଳଚଞ୍ଚଳ ହୋଇଉଠିଛି। ଏହି ମହୋତ୍ସବ ପାଇଁ ଜିଲା ପ୍ରଶାସନ ସହଯୋଗରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏମହୋତ୍ସବକୁ ଧୁମଧାମରେ ପାଳନ କରାଯାଉଛି। ଏଥିପାଇଁ କମିଟିର ସଭାପତି ତଥା ବିଧାୟକ ସାଲୁଗା ପ୍ରଧାନ, ସମ୍ପାଦକ ତଥା ବିଡିଓ ଗଦାଧର ପାତ୍ର, କୋଷାଧ୍ୟକ୍ଷ ତଥା ସ୍ଥାନୀୟ ତହସିଲଦାର ଡ. ଅଶୋକ କୁମାର ଦାସ, ଆଇଆଇସି କୌଶିକ ମାଝୀ ପ୍ରମୁଖ ଏହାକୁ ଲୋକାଭିମୁଖୀ କରିବାକୁ ସମସ୍ତ ପ୍ରକାର ପ୍ରୟାସ କରୁଛନ୍ତି। ସେହିପରି କାର୍ଯ୍ୟକ୍ରମ କିଭଳି ସରସ ସୁନ୍ଦର ହୋଇପାରିବ ସେନେଇ ସ୍ଥାନୀୟ ଲୋକପ୍ରତିନିଧି, ହୋଟେଲ ସଂଘ, ବଣିକ ସଂଘ ସମେତ ଅଞ୍ଚଳରେ ରହିଥିବା ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାର କର୍ମକର୍ତ୍ତା ଉଦ୍ୟମ କରୁଛନ୍ତି। ତେବେ ଶ୍ରୀଶ୍ରୀ ଜଳେଶ୍ୱର ବୋଲବମ୍‌ ସଂଘ ପକ୍ଷରୁ ସାରେ ମହୋତ୍ସବକୁ ଆସୁଥିବା ହଜାର ହଜାର ସଂଖ୍ୟାରେ ଦର୍ଶକ, ଅତିଥି, ପର୍ଯ୍ୟଟକଙ୍କୁ ମାଗଣାରେ ଶୁଦ୍ଧ ଗରମ ପାଣି ସହ ହର୍ବାଲ ଚା ପିଇବାକୁ ଯୋଗାଇବେ। ଏଥିପାଇଁ ସେମାନେ ସ୍ଥାନୀୟ ତହସିଲଦାର ଡ. ଅଶୋକ କୁମାର ଦାସଙ୍କୁ ଲିଖିତ ଅନୁରୋଧ କରିଛନ୍ତି। ଏହାକୁ ତହସିଲଦାର ମହାନ୍‌ କାର୍ଯ୍ୟ କହି ସଙ୍ଘର ସଦସ୍ୟମାନଙ୍କୁ ସାଧୁବାଦ ଜଣାଇଛନ୍ତି। ଏଥିପାଇଁ ସେମାନଙ୍କୁ ଏକ ଷ୍ଟଲ ମାଗଣରେ ପ୍ରଶାସନ ଯୋଗାଇ ଦେଇଥିବା ସେ କହିଛନ୍ତି। ସେହିପରି ଶୀତ ମହୋତ୍ସବ ସ୍ଥଳରେ କମିଟି ପକ୍ଷରୁ ମଧ୍ୟ ଲୋକଙ୍କୁ ଶୀତଦାଉରୁ ରକ୍ଷା ପାଇବା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଥିବା ତହସିଲଦାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri