ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ: ବାଟଗାଁ ଚାମ୍ପିୟନ

ନାକଟିଦେଉଳ,୩୧ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ବଳମ ଗ୍ରାମ ୟୁଥ୍‌ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ନାକଟିଦେଉଳ ଏକାଦଶକୁ ହରାଇ ବାଟଗାଁ ଦଳ ଚାମ୍ପିୟନ ହୋଇଥିଲା। ବାଟଗାଁ ଦଳ ବ୍ୟାଟିଂ କରି ନିର୍ଦ୍ଧାରିତ ୧୫ଓଭରରେ ୬ଉଇକେଟ ହରାଇ ୧୧୨ରନ କରିଥିଲା। ଜବାବରେ ନାକଟିଦେଉଳ ଏକାଦଶ ୯ ଉଇକେଟ ହରାଇ ୧୦୧ରନ୍‌ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲା। ବାଟଗାଁର ଚିଣ୍ଟୁ ମ୍ୟାନ ଅଫ ଦି ମ୍ୟାଚ ଏବଂ ଦୀପକ ମ୍ୟାନ ଅଫ ଦି ସିରିଜ ବିବେଚିତ ହୋଇଥିଲେ। ନାକଟିଦେଉଳ ଦଳର ଅଭିଷେକ ସାହୁଙ୍କୁ ସୁପର ଷ୍ଟ୍ରାଇକର ଭାବେ ପୁରସ୍କୃତ କରାଯାଇଥିଲା। ଖେଳ ପରିଚାଳନା କରିଥିଲେ ଝସକେତନ ବିଶ୍ୱାଳ ଓ ଲିପୁନ ବିଶି। ଉଦ୍‌ଯାପନୀ ସମାରୋହରେ ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ରାଉଳ ମୁଖ୍ୟଅତିଥି ଓ ବଡିଓ ବିବେକାନନ୍ଦ ସାହୁ, ବଳମ ସରପଞ୍ଚ ବୀରେନ କୁମାର ପ୍ରଧାନ, ସମିତିସଭ୍ୟ ନେତ୍ରାନନ୍ଦ ରାଉଳ, ଶିକ୍ଷୟିତ୍ରୀ ସଂଯୁକ୍ତା ପାଇକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜେତା ବାଟଗାଁ ଦଳ ଓ ଉପବିଜେତା ନାକଟିଦେଉଳ ଦଳକୁ ଟ୍ରଫି ଦେଇ ପୁରସ୍କୃତ କରିଥିଲେ। କ୍ଲବର ଉପଦେଷ୍ଟା ସମୀର କୁମାର ସେଠୀ ଅତିଥି ପରିଚୟ ସହ ଧନ୍ୟବାଦ ଦେଇଥିଲେ।

ଫଟୋ: ଟ୍ରଫି ସହ ଚାମ୍ପିୟନ ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri