ପାଠ ପଢ଼ାରେ ଅନ୍ଧାରୀ ନଦୀ ବାଧକ

ଦେଶମନ୍ତପୁର, ୧୩ା୯( ଡି.ଏନ୍‌. ଏ.):କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ ଏବେ ମଧ୍ୟ ଏପରି ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠି ଅର୍ଥ ବିନିଯୋଗ ହେଉଥିଲେ ମଧ୍ୟ ଏହାର ସୁଫଳ ଲୋକେ ପାଉନାହାନ୍ତି। ଏପରି କି ଅନେକ ଗ୍ରାମକୁ ରାସ୍ତାଟିଏ ନାହିଁ। ଯାତାୟାତରେ ଏବଂ ଗୁରୁତର ରୋଗୀଙ୍କୁ ଡାକ୍ତରଖାନା ନେବାରେ ଗ୍ରାମବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଗ୍ରାମର ପିଲାମାନେ ମଧ୍ୟ ବିଦ୍ୟାଳୟ ଯିବାକୁ ସମସ୍ୟା ଭୋଗୁଛନ୍ତି। କେତେକ ସ୍ଥାନରେ ନଦୀପାର ହୋଇ ଯିବାକୁ ହେଉଛି। ବ୍ଲକର ପିଣ୍ଡାପଦର ପଞ୍ଚାୟତର ଦେଓଖଡ଼କ ଗ୍ରାମ ଏହାର ଏକ ଉଦାହରଣ। ଗ୍ରାମରେ ପ୍ରାୟ ୫୪ ପରିବାର ବସବାସ କରନ୍ତି। ଜନସଂଖ୍ୟା ରହିଛି ୨୮୦। ଗ୍ରାମରେ ଥିବା ବିଦ୍ୟାଳୟରେ ୧ମ ରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି । ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଇଁ ଛାତ୍ରୀଛାତ୍ରଙ୍କୁ ଅନ୍ଧାରୀ ନଦୀ ପାର ହୋଇ ବିଦ୍ୟାଳୟ ଯିବାକୁ ପଡେ। ଜୀବନକୁ ବାଜି ଲଗାଇ ଅଭିଭାବକମାନେ ପିଲାଙ୍କୁ ବିଦ୍ୟାଳୟ ନେଇ ଛାଡିଥାନ୍ତି। ବର୍ଷା ଦିନେ ଏହି ନଦୀର ଜଳସ୍ତର ଅଧିକ ବଢିଯାଏ ବୋଲି ଗ୍ରାମର ସତ୍ୟଦାନ ବାଘ, ରାୟଲା ମୁଦୁଲି, ପ୍ରେମଚନ୍ଦ୍ର ଖୋସ୍ଲା, ଗଙ୍ଗା ପୂଜାରୀଙ୍କ ସମେତ ଅନ୍ୟମାନେ କହିଛନ୍ତି। ଏ ସମ୍ପର୍କରେ ଗ୍ରାମବାସୀ ବହୁବାର ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସ୍ଥାନୀୟ ବିଧାୟକଙ୍କୁ ଜଣାଇ କିଛି ସୁଫଳ ଏଯାଏ ମିଳିନି। ଗ୍ରାମକୁ ପକ୍କା ରାସ୍ତା ଓ ନଦୀରେ ପୋଲ ନ ଥିବାରୁ ସରକାରଙ୍କ କୌଣସି ଉନ୍ନୟନମୂଳକ ଯୋଜନାରୁ ସୁଫଳ ଆମେ ପାଇପାରୁନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଆଗାମୀ ଦିନରେ ପ୍ରଶାସନ ଏ ଦିଗରେ ପଦକ୍ଷେପ ନ ନେଲେ ଆମେ ଜିଲାପାଳଙ୍କ ଦ୍ୱାରସ୍ଥ ହେବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri