ଜୁଇରୁ ଦରପୋଡ଼ା ମାଂସ ଖାଇଗଲେ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ବଡ଼ସାହି(ସମ୍ବିତ କୁମାର ରାଉତ/ଦୀପକ ବୁଗୁଡ଼େଇ),୧୩।୭ଯୁବତୀଙ୍କ ଶବ ଦାହ ପାଇଁ ଯାଇଥିତ୍ତ୍ବା ଦୁଇ ବ୍ୟକ୍ତି ଜୁଇରୁ ଦରପୋଡ଼ା ମାଂସ ଆଣି ଖାଇଛନ୍ତି। ସେମାନଙ୍କ ରାକ୍ଷସ ପ୍ରବୃତ୍ତିକୁ ନେଇ ଗଁାରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଉଭୟଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି। ଏଭଳିି ଅମାନବୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ପ୍ରତାପପୁର ପଞ୍ଚାୟତର ବନ୍ଧସାହି ଗ୍ରାମରେ। ମୃତା ଯୁବତୀଙ୍କ ବାପାଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା(ନଂ.୨୯୦/୨୩) ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି। ଅଭିଯୁକ୍ତଦ୍ୱୟ ହେଲେ ବଡ଼ସାହି ଥାନା ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ସିଂ(୫୮) ଓ ନରେନ୍ଦ୍ର ସିଂ(୨୫)।
ସୂଚନା ଅନୁଯାୟୀ, ମଙ୍ଗଳବାର ବନ୍ଧସାହି ଗ୍ରାମର ସମାଏ ସିଂଙ୍କ ଝିଅ ମଧୁସ୍ମିତା(୨୫)ଙ୍କ ଦେହ ହଠାତ୍‌ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୪୦/୨୩) ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ମୃତଦେହ ଗଁାରେ ପହଞ୍ଚତ୍ବା ପରେ ପରିବାର, ସମ୍ପର୍କୀୟ ଓ ଗ୍ରାମବାସୀ ଶବଦାହ ପାଇଁ ଘର ପାଖ ମଶାଣିକୁ ନେଇଥିଲେ। ଶବଦାହ ଚାଲିଥିବା ସମୟରେ ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ଓ ନରେନ୍ଦ୍ର ଜୁଇରୁ ଦରପୋଡ଼ା ମାଂସ ଆଣି ଖାଇବାକୁ ଲାଗିଥିଲେ। ଏହା ଦେଖି ପରିବାର ଲୋକେ ଉଭୟଙ୍କୁ ଗଁା ମୁଣ୍ଡରେ ଅଟକ ରଖିଥିଲେ। ସେମାନେ ଗାମୁଛାରେ ପୋଡ଼ା ମାଂସ ମଧ୍ୟ ବାନ୍ଧି ଆଣିଥିବା ଦେଖିବାକୁ ପାଇଥିଲେ। ଏନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ପୋଲିସ ପହଞ୍ଚତ୍ ଉଭୟଙ୍କୁ ଥାନାକୁ ନେଇ ଯାଇଥିଲା। ସୁନ୍ଦର ମୋହନ ପୂର୍ବରୁ ଗୁଣିଆ ଭାବେ ଝଡ଼ାଫୁଙ୍କା କରୁଥିବାରୁ ଗୁଣିଗାରେଡ଼ି ପାଇଁ ସେ ମଣିଷ ମାଂସ ଖାଇଥିବା ସନ୍ଦେହ କରି ଉତ୍ତ୍ୟକ୍ତ ଲୋକେ ତାଙ୍କୁ ଗାଳିଗୁଲଜ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ନିଶାସକ୍ତ ଅବସ୍ଥାରେ ଅଭିଯୁକ୍ତଦ୍ୱୟ ଦରପୋଡ଼ା ମଣିଷ ମାଂସ ଖାଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି ସଞ୍ଜୟ କୁମାର ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri