ଜୁଇରୁ ଦରପୋଡ଼ା ମାଂସ ଖାଇଗଲେ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ବଡ଼ସାହି(ସମ୍ବିତ କୁମାର ରାଉତ/ଦୀପକ ବୁଗୁଡ଼େଇ),୧୩।୭ଯୁବତୀଙ୍କ ଶବ ଦାହ ପାଇଁ ଯାଇଥିତ୍ତ୍ବା ଦୁଇ ବ୍ୟକ୍ତି ଜୁଇରୁ ଦରପୋଡ଼ା ମାଂସ ଆଣି ଖାଇଛନ୍ତି। ସେମାନଙ୍କ ରାକ୍ଷସ ପ୍ରବୃତ୍ତିକୁ ନେଇ ଗଁାରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଉଭୟଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି। ଏଭଳିି ଅମାନବୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ପ୍ରତାପପୁର ପଞ୍ଚାୟତର ବନ୍ଧସାହି ଗ୍ରାମରେ। ମୃତା ଯୁବତୀଙ୍କ ବାପାଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା(ନଂ.୨୯୦/୨୩) ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି। ଅଭିଯୁକ୍ତଦ୍ୱୟ ହେଲେ ବଡ଼ସାହି ଥାନା ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ସିଂ(୫୮) ଓ ନରେନ୍ଦ୍ର ସିଂ(୨୫)।
ସୂଚନା ଅନୁଯାୟୀ, ମଙ୍ଗଳବାର ବନ୍ଧସାହି ଗ୍ରାମର ସମାଏ ସିଂଙ୍କ ଝିଅ ମଧୁସ୍ମିତା(୨୫)ଙ୍କ ଦେହ ହଠାତ୍‌ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୪୦/୨୩) ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ମୃତଦେହ ଗଁାରେ ପହଞ୍ଚତ୍ବା ପରେ ପରିବାର, ସମ୍ପର୍କୀୟ ଓ ଗ୍ରାମବାସୀ ଶବଦାହ ପାଇଁ ଘର ପାଖ ମଶାଣିକୁ ନେଇଥିଲେ। ଶବଦାହ ଚାଲିଥିବା ସମୟରେ ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ଓ ନରେନ୍ଦ୍ର ଜୁଇରୁ ଦରପୋଡ଼ା ମାଂସ ଆଣି ଖାଇବାକୁ ଲାଗିଥିଲେ। ଏହା ଦେଖି ପରିବାର ଲୋକେ ଉଭୟଙ୍କୁ ଗଁା ମୁଣ୍ଡରେ ଅଟକ ରଖିଥିଲେ। ସେମାନେ ଗାମୁଛାରେ ପୋଡ଼ା ମାଂସ ମଧ୍ୟ ବାନ୍ଧି ଆଣିଥିବା ଦେଖିବାକୁ ପାଇଥିଲେ। ଏନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ପୋଲିସ ପହଞ୍ଚତ୍ ଉଭୟଙ୍କୁ ଥାନାକୁ ନେଇ ଯାଇଥିଲା। ସୁନ୍ଦର ମୋହନ ପୂର୍ବରୁ ଗୁଣିଆ ଭାବେ ଝଡ଼ାଫୁଙ୍କା କରୁଥିବାରୁ ଗୁଣିଗାରେଡ଼ି ପାଇଁ ସେ ମଣିଷ ମାଂସ ଖାଇଥିବା ସନ୍ଦେହ କରି ଉତ୍ତ୍ୟକ୍ତ ଲୋକେ ତାଙ୍କୁ ଗାଳିଗୁଲଜ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ନିଶାସକ୍ତ ଅବସ୍ଥାରେ ଅଭିଯୁକ୍ତଦ୍ୱୟ ଦରପୋଡ଼ା ମଣିଷ ମାଂସ ଖାଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି ସଞ୍ଜୟ କୁମାର ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri