ପୁରୀ, ୫ା୮(ଅଜିତ୍ କୁମାର ମହାନ୍ତି):ଶ୍ରାବଣ ଶୁକ୍ଳପକ୍ଷ ପ୍ରତିପ୍ରଦା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ଦାରୁଦିଅଁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରୁ ଖସାପଡ଼ା ନୀତି ଅନ୍ୟତମ। ତେଣୁ ଏହି ନୀତି ନିମନ୍ତେ ସୋମବାର ଅପରାହ୍ନ ୫ଟାରୁ ରାତିି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ରବିବାର ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ପରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ନୀତି ଶେଷ କରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢ଼ିବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ଓ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଖସାପଡ଼ା ନୀତି ପାଇଁ ରବିବାର ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥିବାବେଳେ ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଛନ୍ତି।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି
ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…
ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
ଶେଷରେ ନଇଁଲେ ଟ୍ରମ୍ପ୍! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’
ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…
କୁଏଟ୍ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…
Archives

