ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ, ୫ା୮(ଅଜିତ୍‌ କୁମାର ମହାନ୍ତି):ଶ୍ରାବଣ ଶୁକ୍ଳପକ୍ଷ ପ୍ରତିପ୍ରଦା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ଦାରୁଦିଅଁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରୁ ଖସାପଡ଼ା ନୀତି ଅନ୍ୟତମ। ତେଣୁ ଏହି ନୀତି ନିମନ୍ତେ ସୋମବାର ଅପରାହ୍ନ ୫ଟାରୁ ରାତିି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ରବିବାର ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ପରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ନୀତି ଶେଷ କରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢ଼ିବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ଓ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଖସାପଡ଼ା ନୀତି ପାଇଁ ରବିବାର ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥିବାବେଳେ ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri