କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ । ଭକ୍ତମାନେ ଅପରାହ୍ନ ପ୍ରାୟ ୩ରୁ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ ।
ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ତେବେ ବୁଧବାର ଠାକୁରଙ୍କ ସେବାପୂଜାର ନୀତି ର୍ନିଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।