Posted inଜାତୀୟ

ଅଯୋଧ୍ୟାରେ ରାମଲଲାଙ୍କ ଅସ୍ଥାୟୀ ମନ୍ଦିର ଦର୍ଶନ ଶେଷ, ସୋମବାର ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

ନୂଆଦିଲ୍ଲୀ,୧୯ା୧: ଅଯୋଧ୍ୟାରେ ମହାପ୍ରଭୁ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା ପାଇଁ ଦେଶର କୋଣଅନୁକୋଣରେ ବହୁବିଧ କାର୍ଯ୍ୟକ୍ରମ ଚାଲିଛି । ଏହିକ୍ରମରେ ୫୧ ଇଞ୍ଚ ଉଚ୍ଚତାର ପ୍ରଭୁ ରାମଲାଲାଙ୍କ ମୂର୍ତ୍ତିକୁ ଅଣାଯାଇ ମନ୍ଦିର ପରିସର ଭିତରେ ରଖାଯାଇଛି । ଗଣପତି ଓ ଅନ୍ୟ ଦେବତାଙ୍କୁ ଆଜି ପୂଜା କରାଯିବା ସହିତ ବେଦପାଠ, କୁଣ୍ଡ ପୂଜନ ଏବଂ ଅନ୍ୟାନ୍ୟ ଶାସ୍ତ୍ରୀୟ ରୀତିନୀତିରେ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଉଛି। ଅସ୍ଥାୟୀ ମନ୍ଦିରରେ ରାମଲଲାଙ୍କୁ ଦର୍ଶନ କରିବାର ଶୁକ୍ରବାର ଶେଷ ଦିନ ହୋଇଥିବାରୁ ସମଗ୍ର ଦେଶରୁ ଅନେକ ଶ୍ରଦ୍ଧାଳୁ ଅଯୋଧ୍ୟାରେ ଏକତ୍ରିତ ହୋଇଛନ୍ତି।

ଶନିବାରଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନଙ୍କ ପାଇଁ ରାମଲଲାଙ୍କ ଦର୍ଶନ ବନ୍ଦ ରହିବ। ଆସନ୍ତା ସୋମବାର ପୌଷ ଶୁକ୍ଳ ଦ୍ୱାଦଶୀ ତିଥିରେ ଅପରାହ୍ଣ ୧୨ଟା ୨୦ମିନିଟ୍‌‌ ସମୟରେ ରାମଲାଲାଙ୍କ ମୂର୍ତ୍ତିରେ ପ୍ରାଣପ୍ରତିଷ୍ଠା କରାଯିବ । ରାମଲାଲାଙ୍କ ମୂର୍ତ୍ତିକୁ ମନ୍ଦିରର ଗର୍ଭଗୃହରେ ଶ୍ରୀବିଗ୍ରହ ରୂପେ ସ୍ଥାପନ ପୂର୍ବକ ପୂଜା କରାଯିବ। ଏହି କାର୍ଯ୍ୟକ୍ରମରେ ୫ ଜଣ ପ୍ରମୁଖ ବ୍ୟକ୍ତିଙ୍କ ମଧ୍ୟରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ରର ଅଧ୍ୟକ୍ଷ ମହନ୍ତ ନିତ୍ୟ ଗୋପାଳଦାସ ଜୀ ମହାରାଜ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଟର ମୋହନ ଭଗବତ ଉପସ୍ଥିତ ରହିବେ ।

ସୂଚନା ଅନୁସାରେ ୧୨୫ଜଣ ଭାରତୀୟ ପରମ୍ପରାର ସନ୍ଥ ଏବଂ ବିଭିନ୍ନ କ୍ଷେତ୍ରରୁ ୨ହଜାର ୫୦୦ ବ୍ୟକ୍ତିବିଶେଷଙ୍କୁ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବାକୁ ନିମନ୍ତ୍ରଣ କରାଯାଇଛି । ଏହି ଦିନଟିକୁ ସ୍ମରଣୀୟ କରବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ସବୁ ମନ୍ଦିର ଓ ତୀର୍ଥ କ୍ଷେତ୍ରକୁ ସ୍ୱଚ୍ଛ ରଖିବାକୁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri