ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୮(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ପରେ ଏହି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ବନକଲାଗିରେ ପ୍ରାକୃତିକ ରଙ୍ଗ ବ୍ୟବହାର କରାଯାଏ। ଦତ୍ତମହାପାତ୍ର ସେବକମାନେ ବନକଳାଗି ନୀତି ଶେଷ କରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହମାନଙ୍କର ମହାସ୍ନାନ ନୀତି ସମ୍ପନ୍ନ କରାଯାଇ ଅନ୍ୟାନ୍ୟ ନୀତି ବଢ଼ିବା ପରେ ଦର୍ଶନ ପୁନର୍ବାର ଆରମ୍ଭ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri