ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୧୭ା୭(ଅଜିତ ମହାନ୍ତି): ଚିତାଲାଗି ଅମାବାସ୍ୟା ଅବସରରେ ସୋମବାର ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ସହ ଦାରୁବିଗ୍ରହଙ୍କ ଚିତାଲାଗି ନୀତି ସମ୍ପନ୍ନ କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗମଣ୍ଡପ ପରେ ଏହି ଗୁପ୍ତ ନୀତି ଆରମ୍ଭ ହେବ। ସୋମବାର ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୪ଘଣ୍ଟା ଉକ୍ତ ଗୁପ୍ତନୀତି ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସ୍ବତ୍ତ୍ୱଲିପି ଅନୁଯାୟୀ, ଚଳିତବର୍ଷ ସ୍ନାନଯାତ୍ର୍ରାରେ ଦାରୁବିଗ୍ରହମାନେ ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ପିଣ୍ଡିକୁ ବିଜେ କରିଥିଲେ। ଏହାପରେ ଦଇତାପତି ସେବକମାନେ ଶ୍ରୀବିଗ୍ରହମାନଙ୍କଠାରୁ ରତ୍ନଚିତା ଓଲାଗି କରିଥିଲେ। ସେହିପରି ରଥଯାତ୍ରା ସମୟରେ ଠାକୁରମାନଙ୍କୁ ସୋଲଚିତା ଲାଗିକରାଯାଇଥିଲା। ପରମ୍ପରା ମୁତାବକ, ଚିତାଲାଗି ଅମାବାସ୍ୟାରେ ଠାକୁରମାନଙ୍କୁ ରତ୍ନଚିତା ଲାଗିକରାଯିବ। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିବେ। ମହାପ୍ରଭୁଙ୍କ ଗୁପ୍ତନୀତିଗୁଡ଼ିକ ମଧ୍ୟରୁ ଚିତାଲାଗି ନୀତି ଅନ୍ୟତମ। ତେଣୁ ଏହି ନୀତି ସମୟରେ ଦର୍ଶନ ବନ୍ଦ ରଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri