ଆଜି ରତ୍ନବେଦିକୁ ବିଜେ କରିବେ ଦାରୁଦିଅଁ

ପୁରୀ ଅଫିସ,୪ା୭: ଜନ୍ମବେଦିରୁ ବାହୁଡ଼ି ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ଏବେ ଚତୁର୍ଦ୍ଧାବିଗ୍ରହ। ଭକ୍ତଶୂନ୍ୟ ସୁନାବେଶ ପରେ ଶୁକ୍ରବାର ରଥ ଉପରେ ସମ୍ପନ୍ନ ହୋଇଛି ଅଧରପଣା ନୀତି। ଶନିବାର ନୀଳାଦ୍ରିବିଜେ। ରତ୍ନବେଦିକୁ ବିଜେ କରିବେ ଦାରୁଦିଅଁ। ଏଥିସହିତ ଶେଷ ହେବ ଶ୍ରୀଗୁଣ୍ଡିଚା ଯାତ୍ରା। ଆଉ ରବିବାରଠୁ ଭକ୍ତ ପାଇବେ ନୀଳାଚଳ ଅବଢ଼ା। କିନ୍ତୁ ଶ୍ରଦ୍ଧାଳୁଙ୍କୁ ମିଳିବନି ଦର୍ଶନ ସୁଯୋଗ। ମହାମାରୀ କରୋନା ପାଇଁ ବିନା ଭକ୍ତରେ ସ୍ନାନପୂର୍ଣ୍ଣିମା, ରଥଯାତ୍ରା, ବାହୁଡ଼ା, ସୁନାବେଶ ଓ ଅଧରପଣା ଆଦି ପର୍ବ କରାଯାଇଛି। ନୀଳାଦ୍ରିବିଜେ ବି ସେହିଭଳି ଭକ୍ତ ଶୂନ୍ୟ ରହିବ। ପ୍ରାୟ ସାଢେ ୩ମାସ ହେବ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ରହିଛି। ତେଣୁ ବଡ଼ଦେଉଳରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ଆହୁରି କିଛିଦିନ ଅପେକ୍ଷା କରିବାକୁ ପଡ଼ିବ ବୋଲି କୁହାଯାଉଛି। ନୀଳାଦ୍ରିବଜେ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ କରାଯାଇଛି। ରଥ ଉପରେ ଠାକୁରଙ୍କ ନୀତିକୁ ତ୍ୱରାନ୍ବିତ କରି ଅପରାହ୍ନ ୪ଟା ସୁଦ୍ଧା ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ଆରମ୍ଭ ହେବ ବୋଲି ସ୍ଥିର ହୋଇଛି।
ନୀଳାଦ୍ରିବିଜେ ନୀତି ନିର୍ଘଣ୍ଟ
ତିନି ରଥରେ ମଙ୍ଗଳ ଆଳତି ପ୍ରାତଃ ୪ଟା, ମଇଲମ-ତଡ଼ପଲାଗି ୪ଟା ୩୦, ଅବକାଶ ଭୋର ୫ଟା, ବେଶ ଶେଷ ୫ଟା ୩୦, ଗୋପାଳବଲ୍ଲଭ ସକାଳ ୬ଟା ୩୦, ସକାଳ ଧୂପ ୭ଟାରୁ ୮ଟା, ମଇଲମ ୮ଟା ୩୦, ମହାସ୍ନାନ ଓ ସର୍ବାଙ୍ଗ ୯ଟା ୩୦, ବେଶ ଶେଷ ୧୦ଟା, ମଧ୍ୟାହ୍ନ ଧୂପ ସାଢେ ୧୦ଟାରୁ ସାଢେ ୧୧, ମଇଲମ ଓ ବେଶ ୧୧ଟା ୪୫ରୁ ୧୨ଟା, ସନ୍ଧ୍ୟା ଆଳତି ୧୨ଟା ୧୫, ସନ୍ଧ୍ୟାଧୂପ ସାଢେ ୧୨ଟାରୁ ୧ଟା ୩୦, ଚାରବନ୍ଧା ସାଢେ୧ଟାରୁ ସାଢେ ୩ଟା, ସିଂହାସନ ମାଜଣା ୩ଟା ୩୦, ପୁଷ୍ପାଞ୍ଜଳି ୩ଟା ୫୦, ପହଣ୍ଡି ଆରମ୍ଭ ୪ଟା, ପହଣ୍ଡି ଶେଷ ରାତି ୧୦ଟା, ରୁନ୍ଧା ଶେଷ ରାତି ସାଢେ ୧୨ଟା, ଦଇତାପତି ସର୍ବାଙ୍ଗ ୧ଟା, ଶ୍ରୀମୁଖ ଖଣ୍ଡୁଆ ୧ଟା ୧୦, ଚାରମାଳ ଫିଟା ୧ଟା ୧୫ରୁ ୨ଟା ୧୫, ସୁଦର୍ଶନ ସିଂହାସନକୁ ବିଜେ ୨ଟା ୩୦, ଶ୍ରୀମୁଖ ଖଣ୍ଡୁଆ ମଇଲମ ୨ଟା ୩୦, ଚକା ପୋଛା ୨ଟା ୪୫, ସିଂହାସନ ଧୁଆ ୩ଟା, ମାଧବ, ଶ୍ରୀଦେବୀ ଓ ଭୂଦେବୀ ସିଂହାସନକୁ ବିଜେ ୩ଟା ୧୦, ମହାସ୍ନାନ ଶେଷ ୩ଟା ୩୦, ରୋଷହୋମ ୩ଟା ୩୫, ମଇଲମ ୩ଟା ୩୫, ଚନ୍ଦନଲାଗି ୩ଟା ୪୫, ସୂର୍ଯ୍ୟପୂଜା ୪ଟା, ଦ୍ୱାରପାଳ ପୂଜା ୪ଟା ୧୫, ବଡ଼ସିଂହାର ବେଶ ୪ଟା ୧୫, ବଡ଼ସିଂହାର ଭୋଗ ୪ଟା ୪୫ ଓ ରାତ୍ର ପହୁଡ଼ ଭୋର ୫ଟାରେ ହେବାକୁ ନୀତି ନିର୍ଘଣ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri