ଆଜି ରତ୍ନବେଦିକୁ ବିଜେ କରିବେ ଦାରୁଦିଅଁ

ପୁରୀ ଅଫିସ,୪ା୭: ଜନ୍ମବେଦିରୁ ବାହୁଡ଼ି ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ଏବେ ଚତୁର୍ଦ୍ଧାବିଗ୍ରହ। ଭକ୍ତଶୂନ୍ୟ ସୁନାବେଶ ପରେ ଶୁକ୍ରବାର ରଥ ଉପରେ ସମ୍ପନ୍ନ ହୋଇଛି ଅଧରପଣା ନୀତି। ଶନିବାର ନୀଳାଦ୍ରିବିଜେ। ରତ୍ନବେଦିକୁ ବିଜେ କରିବେ ଦାରୁଦିଅଁ। ଏଥିସହିତ ଶେଷ ହେବ ଶ୍ରୀଗୁଣ୍ଡିଚା ଯାତ୍ରା। ଆଉ ରବିବାରଠୁ ଭକ୍ତ ପାଇବେ ନୀଳାଚଳ ଅବଢ଼ା। କିନ୍ତୁ ଶ୍ରଦ୍ଧାଳୁଙ୍କୁ ମିଳିବନି ଦର୍ଶନ ସୁଯୋଗ। ମହାମାରୀ କରୋନା ପାଇଁ ବିନା ଭକ୍ତରେ ସ୍ନାନପୂର୍ଣ୍ଣିମା, ରଥଯାତ୍ରା, ବାହୁଡ଼ା, ସୁନାବେଶ ଓ ଅଧରପଣା ଆଦି ପର୍ବ କରାଯାଇଛି। ନୀଳାଦ୍ରିବିଜେ ବି ସେହିଭଳି ଭକ୍ତ ଶୂନ୍ୟ ରହିବ। ପ୍ରାୟ ସାଢେ ୩ମାସ ହେବ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ରହିଛି। ତେଣୁ ବଡ଼ଦେଉଳରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ଆହୁରି କିଛିଦିନ ଅପେକ୍ଷା କରିବାକୁ ପଡ଼ିବ ବୋଲି କୁହାଯାଉଛି। ନୀଳାଦ୍ରିବଜେ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ କରାଯାଇଛି। ରଥ ଉପରେ ଠାକୁରଙ୍କ ନୀତିକୁ ତ୍ୱରାନ୍ବିତ କରି ଅପରାହ୍ନ ୪ଟା ସୁଦ୍ଧା ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ଆରମ୍ଭ ହେବ ବୋଲି ସ୍ଥିର ହୋଇଛି।
ନୀଳାଦ୍ରିବିଜେ ନୀତି ନିର୍ଘଣ୍ଟ
ତିନି ରଥରେ ମଙ୍ଗଳ ଆଳତି ପ୍ରାତଃ ୪ଟା, ମଇଲମ-ତଡ଼ପଲାଗି ୪ଟା ୩୦, ଅବକାଶ ଭୋର ୫ଟା, ବେଶ ଶେଷ ୫ଟା ୩୦, ଗୋପାଳବଲ୍ଲଭ ସକାଳ ୬ଟା ୩୦, ସକାଳ ଧୂପ ୭ଟାରୁ ୮ଟା, ମଇଲମ ୮ଟା ୩୦, ମହାସ୍ନାନ ଓ ସର୍ବାଙ୍ଗ ୯ଟା ୩୦, ବେଶ ଶେଷ ୧୦ଟା, ମଧ୍ୟାହ୍ନ ଧୂପ ସାଢେ ୧୦ଟାରୁ ସାଢେ ୧୧, ମଇଲମ ଓ ବେଶ ୧୧ଟା ୪୫ରୁ ୧୨ଟା, ସନ୍ଧ୍ୟା ଆଳତି ୧୨ଟା ୧୫, ସନ୍ଧ୍ୟାଧୂପ ସାଢେ ୧୨ଟାରୁ ୧ଟା ୩୦, ଚାରବନ୍ଧା ସାଢେ୧ଟାରୁ ସାଢେ ୩ଟା, ସିଂହାସନ ମାଜଣା ୩ଟା ୩୦, ପୁଷ୍ପାଞ୍ଜଳି ୩ଟା ୫୦, ପହଣ୍ଡି ଆରମ୍ଭ ୪ଟା, ପହଣ୍ଡି ଶେଷ ରାତି ୧୦ଟା, ରୁନ୍ଧା ଶେଷ ରାତି ସାଢେ ୧୨ଟା, ଦଇତାପତି ସର୍ବାଙ୍ଗ ୧ଟା, ଶ୍ରୀମୁଖ ଖଣ୍ଡୁଆ ୧ଟା ୧୦, ଚାରମାଳ ଫିଟା ୧ଟା ୧୫ରୁ ୨ଟା ୧୫, ସୁଦର୍ଶନ ସିଂହାସନକୁ ବିଜେ ୨ଟା ୩୦, ଶ୍ରୀମୁଖ ଖଣ୍ଡୁଆ ମଇଲମ ୨ଟା ୩୦, ଚକା ପୋଛା ୨ଟା ୪୫, ସିଂହାସନ ଧୁଆ ୩ଟା, ମାଧବ, ଶ୍ରୀଦେବୀ ଓ ଭୂଦେବୀ ସିଂହାସନକୁ ବିଜେ ୩ଟା ୧୦, ମହାସ୍ନାନ ଶେଷ ୩ଟା ୩୦, ରୋଷହୋମ ୩ଟା ୩୫, ମଇଲମ ୩ଟା ୩୫, ଚନ୍ଦନଲାଗି ୩ଟା ୪୫, ସୂର୍ଯ୍ୟପୂଜା ୪ଟା, ଦ୍ୱାରପାଳ ପୂଜା ୪ଟା ୧୫, ବଡ଼ସିଂହାର ବେଶ ୪ଟା ୧୫, ବଡ଼ସିଂହାର ଭୋଗ ୪ଟା ୪୫ ଓ ରାତ୍ର ପହୁଡ଼ ଭୋର ୫ଟାରେ ହେବାକୁ ନୀତି ନିର୍ଘଣ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri