ଆଗକୁ ଦଶହରା: ୨୫ରେ ଲଘୁଚାପ!

ଭୁବନେଶ୍ୱର,୧୯।୯: ଆଗକୁ ଦଶହରା। ହେଲେ ଡରାଇଲାଣି ଲଘୁଚାପ ବର୍ଷା। ଆସନ୍ତା ୨୫ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଲଘୁଚାପ କ୍ଷେତ୍ର ମିଆଁମାର-ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇପାରେ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନ ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି। ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଓ ୩୦-୪୦ କିମି ପ୍ରତି ଘଣ୍ଟା ବେଗରେ ପବନ ହେବାର ସମ୍ଭାବନା ରହିଛି।

ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ରେ ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ରବିବାର ଏବଂ ସୋମବାର ଉପରୋକ୍ତ ଜିଲା ସହ ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି॥

ସେହିପରି ମଙ୍ଗଳବାର ଉପରୋକ୍ତ ଜିଲା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ଜିଲା ପ୍ରଶାସନକୁ ସତର୍କ ରହି ବିଜୁଳିରୁ ସୁରକ୍ଷା ପାଇଁ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା, ବିଜୁଳି ବା ଝଡ଼ ଯୋଗୁ କ୍ଷୟକ୍ଷତି ହେଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri