ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ ଇଣ୍ଟରନେଟ୍ ଆସିବା ସମୟରେ ହୋଇଥିବା ଚାକିରି ବିସ୍ଫୋରଣ ପରି ପୁଣି ଏକ ବଡ଼ ପରିବର୍ତ୍ତନ ଆଣିବ ବୋଲି ଏନଭିଡିଆ (NVIDIA) ସିଇଓ ଜେନସେନ୍ ହୁଆଙ୍ଗ ଭବିଷ୍ୟବାଣୀ କରିଛନ୍ତି।

ହୁଆଙ୍ଗଙ୍କ ଅନୁଯାୟୀ, ଗୋଟିଏ ଡାଟା ସେଣ୍ଟର ନିର୍ମାଣରେ ପ୍ରାୟ ୫,୦୦୦ ରୁ ୧୦,୦୦୦ ଲୋକଙ୍କୁ ସିଧାସଳଖ ନିଯୁକ୍ତି ମିଳିଥାଏ। ଏଥିରେ ଇଲେକ୍ଟ୍ରିସିଆନ୍, ପ୍ଲମ୍ବର ଏବଂ ନିର୍ମାଣ ଶ୍ରମିକମାନେ ସାମିଲ ଅଟନ୍ତି।

ନିର୍ମାଣ ବ୍ୟତୀତ ସପ୍ଲାଏ ଚେନ୍, ଡିଜାଇନ୍, ଆର୍କିଟେକଚର ଏବଂ ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ କ୍ଷେତ୍ରରେ ମଧ୍ୟ ବହୁ ସଂଖ୍ୟାରେ ନିଯୁକ୍ତି ସୃଷ୍ଟି ହେବ। ଡାଟା ସେଣ୍ଟର କାର୍ଯ୍ୟକ୍ଷମ ହେବା ପରେ ଏହା ଉପରେ ଆଧାରିତ ଅନେକ ନୂତନ ଷ୍ଟାର୍ଟଅପ୍ ଜନ୍ମ ନେବେ।

ନିକଟରେ ୨୦୨୬ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଥିଲେ ଯେ, ଭାରତରେ ନିର୍ମିତ ଡାଟା ସେଣ୍ଟର ବ୍ୟବହାର କରୁଥିବା ବିଦେଶୀ କମ୍ପାନୀଗୁଡ଼ିକୁ ୨୦୪୭ ପର୍ଯ୍ୟନ୍ତ ଟ୍ୟାକ୍ସ ହଲିଡେ (କର ଛାଡ଼) ପ୍ରଦାନ କରାଯିବ।

ଗୁଗଲ ଆନ୍ଧ୍ରପ୍ରଦେଶରେ ଏକ AI ଡାଟା ସେଣ୍ଟର ପାଇଁ $୧୫ ବିଲିୟନ ନିବେଶ କରିବାକୁ ଘୋଷଣା କରିଥିବାବେଳେ ମାଇକ୍ରୋସଫ୍ଟ ଏବଂ ଆମାଜନ ମଧ୍ୟ ଭାରତରେ ବିଲିୟନ ବିଲିୟନ ଡଲାର ନିବେଶ କରୁଛନ୍ତି।

ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, ଡାଟା ସେଣ୍ଟର ଭାରତ ପାଇଁ ଏକ ବଡ଼ ଶକ୍ତି ହେବ ଏବଂ ଏହା ମାଧ୍ୟମରେ ଭାରତ ସାରା ବିଶ୍ୱକୁ ନୂତନ ସେବା ଯୋଗାଇବ। ଏହି ବିକାଶ ଭାରତକୁ ବିଶ୍ୱର ଏକ ପ୍ରମୁଖ AI ହବ୍‌ରେ ପରିଣତ କରିବା ସହ ଅର୍ଥନୀତିକୁ ଗତିଶୀଳ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri