ଫାରୋ ୩-ଡି ସ୍କାନରରେ ତଥ୍ୟ ସଂଗ୍ରହ

କଟକ ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି। ଗୁଳିକାଣ୍ଡର ପୂରା ଘଟଣାକ୍ରମକୁ ଟିକିନିଖି ଅନୁଧ୍ୟାନ କରାଯାଉଛି। ଡିଏସ୍‌ପି ରମେଶ ଚନ୍ଦ୍ର ଦୋରା ସାଇଣ୍ଟିଫିକ ଅଧିକାରୀ ଓ ବାଲିଷ୍ଟିକ ବିଶେଷଜ୍ଞଙ୍କ ସହ ଗୁଳିକାଣ୍ଡସ୍ଥଳକୁ ମଙ୍ଗଳବାର ପୁଣି ପରିଦର୍ଶନ କରିଛନ୍ତି। ଘଟଣାସ୍ଥଳରୁ ସୂକ୍ଷ୍ମ ପ୍ରମାଣ ସଂଗ୍ରହ ପାଇଁ ଫାରୋ ୩-ଡି ସ୍କାନରର ସାହାଯ୍ୟ ନିଆଯାଇଛି। ଏହା ମାଧ୍ୟମରେ ଘଟଣାସ୍ଥଳରୁ ଅଧିକ କିଛି ସୁରାକ ପାଇବା ଆଶାରେ କ୍ରାଇମ୍‌ବ୍ରାଞ୍ଚ ଦଳ ସମସ୍ତ ପ୍ରକାର ଉଦ୍ୟମ ଚଳାଇଛନ୍ତି। ଫାରୋ ୩-ଡି ସ୍କାନର ଉପଯୋଗ କରି ୩-ଆର୍‌ ଫର୍ମାଟରେ ଘଟଣାସ୍ଥଳର ପୂରା ତଥ୍ୟ ସଂଗ୍ରହ କରାଯାଇଛି, ଯାହାକି ତଦନ୍ତକାରୀ ଅଧିକାରୀଙ୍କୁ ଗୁଳିକାଣ୍ଡର ସମଗ୍ର ଘଟଣାକ୍ରମ ବୁଝିବାରେ ସହାୟକ ହୋଇପାରିବ ବୋଲି ଆଶା କରାଯାଉଛି। ସାଇଣ୍ଟିଫିକ ଅଧିକାରୀ ଓ ବାଲିଷ୍ଟିକ ବିଶେଷଜ୍ଞମାନେ ପ୍ରମାଣ ଓ ସୁରାକ ପାଇବା ନିମନ୍ତେ ମନ୍ତ୍ରୀ ନବ ଦାସ ବ୍ୟବହାର କରିଥିବା ଗାଡ଼ିକୁ ଭଲ ଭାବେ ଯାଞ୍ଚ କରିଛନ୍ତି। ଘଟଣାସ୍ଥଳ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲାଗିଥିବା ସିସିଟିଭି କ୍ୟାମେରା ଫୁଟେଜ୍‌କୁ ମଧ୍ୟ ଯାଞ୍ଚ କରାଯାଇଛି। ଗୁଳିକାଣ୍ଡ ସ୍ଥଳରୁ ଟିକିନିଖି ତଥ୍ୟ ହାସଲ ସହ ପ୍ରତ୍ୟକ୍ଷଦର୍ଶୀମାନଙ୍କୁ ପଚରାଉଚରା କାର୍ଯ୍ୟ ପର୍ଯ୍ୟାୟ କ୍ରମେ ଜାରି ରହିଛି। ଏହି ଟିମ୍‌କୁ ସହାୟତା କରିବା ପାଇଁ ଡିଏସ୍‌ପି ବାସୁଦେବ ଭୂୟଁାଙ୍କ ନେତୃତ୍ୱରେ ଅନ୍ୟ ଏକ ୮ ଜଣିଆ ଅଧିକାରୀ ଦଳ ଝାରସୁଗୁଡ଼ା ଯାତ୍ରା କରିଛନ୍ତି। ଅଭିଯୁକ୍ତ ଓ ସାକ୍ଷୀମାନଙ୍କୁ ପଚରାଉଚରା ତଥା ତଦନ୍ତ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ କ୍ରାଇମବ୍ରାଞ୍ଚର ସମସ୍ତ ଅଧିକାରୀ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ଜଣାଯାଇଛି। କ୍ରାଇମବ୍ରାଞ୍ଚର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ମଧ୍ୟ ଘଟଣାସ୍ଥଳ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ପ୍ରତ୍ୟକ୍ଷ ଭାବେ ତଦନ୍ତ ପ୍ରକ୍ରିୟାକୁ ନିୟନ୍ତ୍ରଣ କରୁଛନ୍ତି। ଅନ୍ୟ ପକ୍ଷରେ ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ କ୍ରାଇମବ୍ରାଞ୍ଚର ଆଉ ଏକ ଦଳ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କ ଗଁାରେ କ୍ୟାମ୍ପ ପକାଇଛନ୍ତି। ସେଠାରେ ଗୋପାଳ ଦାସଙ୍କ ପରିବାର ସଦସ୍ୟ ଓ ଗ୍ରାମବାସୀଙ୍କୁ ପଚରାଉଚରା କରିବା ସହ ଗୋପାଳଙ୍କ ବଡ଼ ଭାଇ ସତ୍ୟନାରାୟଣ ଦାସଙ୍କୁ ଉଠାଇ ନେଇ ପଚରାଉଚରା କରୁଛି


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri