ଡାଟା ଏଣ୍ଟ୍ରି ଅପରେଟରଙ୍କ ଚାକିରି ସଂରକ୍ଷଣ ଓ ନିୟମିତ ମାମଲା: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୭ା୧୧ (କାର୍ତ୍ତିକ ସାହୁ): କମ୍ପ୍ୟୁଟର ପ୍ରୋଗ୍ରାମର ବା ଡାଟା ଏଣ୍ଟ୍ରି ଅପରେଟରଙ୍କ ଲାଗି ୩୦% ସଂରକ୍ଷଣ ଓ ଚାକିରି ନିୟମିତ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତିି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ରାୟ ପ୍ରଦାନ କରି ଆବେଦନକାରୀ ଏକ ପଞ୍ଜିକୃତ ସଂଘ ନୁହଁ, ତେଣୁ ପିଟିଶନ ଦାଖଲ କରିବା ନ୍ୟାୟିକ ଅଧିକାର ନାହିଁ ବୋଲି ମତ ଦେଇଛନ୍ତି। କୌଣସି ବ୍ୟକ୍ତି କ୍ଷତିଗ୍ରସ୍ତ ହୋଇଥିଲେ ନ୍ୟାୟ ପାଇଁ ଦ୍ୱାରସ୍ଥ ହୋଇପାରିବେ ବୋଲି ଖଣ୍ଡପୀଠ ତାଙ୍କ ରାୟରେ କହିଛନ୍ତି। ମାମଲାର ବିବରଣୀ ଅନୁସାରେ, ରାଜ୍ୟର ୩୧୪ ବ୍ଲକରେ ଡାଟା ଏଣ୍ଟ୍ରି ଅପରେଟର କାର୍ଯ୍ୟ କରୁଛନ୍ତି। ସେଥିମଧ୍ୟରୁ ୭୦%ରୁ ଅଧିକ କର୍ମଚାରୀ ସିଧାସଳଖ ନିୟୋଜିତ ହେଉଥିବାବେଳେ ୩୦%ରୁ ଅଧିକ କର୍ମଚାରୀ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାମ ପାଇବା ଚାକିରି ନିୟମରେ ରହିଛି। ଉକ୍ତ ନିୟମ ପରିବର୍ତ୍ତନ କରିବା ସହ ସେଥିମଧ୍ୟରୁ ୩୦% କର୍ମଚାରୀଙ୍କ ଲାଗି ସଂରକ୍ଷଣ ରଖିବା ଏବଂ ଅତିରିକ୍ତ କମ୍ପ୍ୟୁଟର ପ୍ରୋଗ୍ରାମରଙ୍କ ଚାକିରି ନିୟମିତ କରିବା ଦାବି ନେଇ ଅଲ୍‌ ଓଡ଼ିଶା ଆଡିଶନାଲ କମ୍ପ୍ୟୁଟର ପ୍ରୋଗ୍ରାମର୍ସ ଆସୋସିଏଶନ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri