ଭିଜିଲାନ୍ସ ଜାଲରେ ଡାଟାଏଣ୍ଟ୍ରି ଅପରେଟର, ୧୨ ହଜାର ନେବା ବେଳେ…

ଖୋର୍ଦ୍ଧା,୨୬।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଏଡିଇଓ(ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର) ରାକେଶ ସାହୁ ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଆଜି ଅପରାହ୍ନରେ ବାଲୁଗାଁ ଗାନ୍ଧୀ ଛକଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରାଇ ଦେବା ପାଇଁ ଜନୈକ ବ୍ୟକ୍ତିଙ୍କଠାରୁ ୧୨ହଜାର ଟଙ୍କା ଲାଞ୍ଚ ନେଉଥିଲେ ରାକେଶ। ସେହି ସମୟରେ ପୂର୍ବରୁ ଛପି ରହିଥିବା ଖୋର୍ଦ୍ଧା ଭିଜିଲାନ୍ସ ଟିମ ତାଙ୍କୁ କାବୁ କରି ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଛି। ବର୍ତ୍ତମାନ ଭିଜିଲାନ୍ସ ଟିମ ପ୍ରଥମେ ନିଳାଦ୍ରୀପ୍ରସାଦ ପଞ୍ଚାୟତ ପରେ ବାଣପୁର ବ୍ଲକ କାର୍ଯ୍ୟାଳୟରେ ଅଭିଯୁକ୍ତ ରାକେଶ ଙ୍କୁ ନେଇ ଜେରା କରୁଥିବା ସୂଚନା ମିଳିଛି l ସୂଚନା ଥାଉକି ରାକେଶ ଗତ ଏକ ବର୍ଷ ହେବ ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ଗ୍ରାମ ପଞ୍ଚାୟତରେ ଏଡିଇଓ ଭାବେ କାର୍ଯ୍ୟରତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri