Posted inଜାତୀୟ

ଆଭ୍ୟନ୍ତରୀଣ ସୁରକ୍ଷା ପାଇଁ ପ୍ରସ୍ତୁତ ହେଉଛି ଡାଟାବେସ୍‌…

ନୂଆଦିଲ୍ଲୀ, ୨୧।୪ : କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର କହିଛନ୍ତି ଯେ ବୋମା ବିସ୍ଫୋରଣ, ଆତଙ୍କବାଦୀ ପାଣ୍ଠି, ନକଲି ମୁଦ୍ରା, ନିଶା କାରବାର, ହାୱଲା, ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ଏବଂ ଆତଙ୍କବାଦକୁ ନେଇ ଆଭ୍ୟନ୍ତରୀଣ ସୁରକ୍ଷା ସହ ଜଡିତ ଏକ ଜାତୀୟ ଡାଟାବେସ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି। ଏହାତଦନ୍ତରେ କେନ୍ଦ୍ରୀୟ ଏଜେନ୍ସି ଏବଂ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ପୋଲିସ ବିଭାଗକୁ ସାହାଯ୍ୟ କରିବ ବୋଲି ସେ କହିଛନ୍ତି।

ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି (ଏନଆଇଏ)ର ୧୩ ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଶାହା କହିଛନ୍ତି ଯେ ଆତଙ୍କବାଦୀଙ୍କ ତଦନ୍ତରେ ଏହି ଡାଟାବେସ୍‌ ସାହାଯ୍ୟ କରିବ। ଏନଆଇଏ, କେନ୍ଦ୍ରୀୟ ଆତଙ୍କବାଦ ବିରୋଧୀ ଅନୁସନ୍ଧାନ ଏଜେନ୍ସି, ନ୍ୟାସନାଲ ଇଣ୍ଟେଲିଜେନ୍ସ ଗ୍ରୀଡ ଏବଂ ଇଣ୍ଟେଲିଜେନ୍ସ ବୂ୍ୟରୋ ଏହା ଉପରେ କାର୍ଯ୍ୟ କରୁଛନ୍ତି।

ଗତ ୧୩ ବର୍ଷ ମଧ୍ୟରେ ଆତଙ୍କବାଦ ସମ୍ବନ୍ଧୀୟ ମାମଲାରେ ଏହାର ଅନୁସନ୍ଧାନରେ ଉଲ୍ଲେଖନୀୟ ଅବଦାନ ପାଇଁ ଶାହା ଏନଆଇଏକୁ ପ୍ରଶଂସା କରିଛନ୍ତି। ୨୬/୧୧ ମୁମ୍ବାଇ ଆକ୍ରମଣ ପରେ ୨୦୦୯ରେ ଗଠିତ ଏନ୍‌ଆଇଏ ଦ୍ୱାରା ବିଭିନ୍ନ ମାମଲାରେ ୯୩ ପ୍ରତିଶତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ୨୦୦୯ ଠାରୁ ଏହା ୪୦୦ରୁ ଅଧିକ ମାମଲାର ଅନୁସନ୍ଧାନ କରିଛି ଏବଂ ସେଥିମଧ୍ୟରୁ ପ୍ରାୟ ୩୪୯ ଟି ଚାର୍ଜଶିଟ ଦାଖଲ କରାଯାଇଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ପାଣ୍ଠି ମାମଲାର ଯାଞ୍ଚ ପାଇଁ ଶାହା ଏନଆଇଏକୁ ପ୍ରଶଂସା କରିଛନ୍ତି।

କମ ସମୟ ମଧ୍ୟରେ ଏନ୍‌ଆଇଏ ନିଜକୁ ଏକ ଅନ୍ତର୍ଜାତୀୟ ଏଜେନ୍ସି ଭାବରେ ପ୍ରତିଷ୍ଠିତ କରିଛି ଏବଂ ଆତଙ୍କବାଦ, ଆତଙ୍କବାଦୀ ପାଣ୍ଠି ଏବଂ ମାଓବାଦ ସମ୍ବନ୍ଧୀୟ ମାମଲାର ଯଞ୍ଚ୍‌ ପାଇଁ କଠିନ ପରିଶ୍ରମ କରିଛି । ଶାହା କହିଛନ୍ତି ଯେ ଭାରତକୁ ଆତଙ୍କବାଦମୁକ୍ତ କରିବା ପାଇଁ ସରକାର ସବୁକିଛି କରୁଛନ୍ତି ଏବଂ ଆତଙ୍କବାଦ ମୁକାବିଲା ପାଇଁ ଏନଆଇଏର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଆତଙ୍କବାଦ ବିରୋଧୀ ଅନୁସନ୍ଧାନ ଏଜେନ୍ସି ଏବଂ ୟୁନିଟଗୁଡିକୁ ମାର୍ଗଦର୍ଶନ ଏବଂ ସହାୟତା କରିବାକୁ ସେ ଏନଆଇଏକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?