କେଉଁ ସମୟରେ ଲାଗିବ ଚନ୍ଦ୍ରଗ୍ରହଣ? ଜାଣନ୍ତୁ ଓଡ଼ିଶା ପାଇଁ ଶୁଭ ନା ଅଶୁଭ…

ଭୁବନେଶ୍ୱର,୩।୯: ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋର୍ତିବିଦ ।

ଏହି ଚନ୍ଦ୍ର ଗ୍ରହଣକୁ ନେଇ କିଛି ଜ୍ୟୋର୍ତିବିଦ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି ମତ ରଖିଥିବା ବେଳେ ଅନ୍ୟ ଜ୍ୟୋର୍ତିବିଦ ପଞ୍ଜିକାରେ ସେଭଳି ଦେଶ ପ୍ରତି ଅମଙ୍ଗଳ ନ ଥିବା ଉଲ୍ଲେଖ ଥିବା କହିଛନ୍ତି।

୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ର ଗ୍ରହଣ ପଡୁଥିବାରୁ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି କିଛି ଜ୍ୟୋର୍ତିବିଦ ଗଣନା କରି କହିଛନ୍ତି । ଭାଦ୍ରବ ମାସ ପୂର୍ଣ୍ଣମୀ ତିଥିରେ ରାହୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ଦୋଳପୂର୍ଣ୍ଣମୀରେ କେତୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଛି। ଏହି ଦୁଇଟି ଯାକ ଚନ୍ଦ୍ରଗ୍ରହଣ ବଡ଼ ବଡ଼ ପର୍ବ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ବତନ୍ତ୍ର ତିଥିରେ ପଡୁଛି। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଜ୍ୟୋତିଷ ରାଜପଣ୍ଡିତ ଶିବନାରାୟଣ ମହାପାତ୍ର ଗଣନା କରି କହିଛନ୍ତି ଯେ ୬ ମାସ ବ୍ୟବଧାନରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଥିବାରୁ ରାଜ୍ୟକୁ ଅଶୁଭ ବେଳା ରହିଛି ।

ଯେମିତି ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିପାରେ ଓଡ଼ିଶା । ଭାଦ୍ରବ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତଥା ଭାଗବତ ଜନ୍ମରେ ପଡୁଛି ପ୍ରଥମ ଚନ୍ଦ୍ର ଗ୍ରହଣ। ତେବେ ଭାଦ୍ରବ ପୂର୍ଣ୍ନିମାରେ ହେବାକୁଥିବା ଚନ୍ଦ୍ର ଗ୍ରହଣ ହେଉଛି ରାହୁ ଗ୍ରାସ ଚନ୍ଦ୍ର ଗ୍ରହଣ। ତେବେ ଚନ୍ଦ୍ର ଗ୍ରହଣ ପୁରୀରେ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ଅର୍ଥାତ ଦୀର୍ଘ ସାଢେ ତିନିଘଣ୍ଟା ଧରି ଏହା ଅନୁଷ୍ଠିତ ହେବ।

Chandra Grahan 2025: ଗ୍ରହଣର ଗୋଟିଏ ଦିନ ପୂର୍ବରୁ ଏହି ୪ ରାଶିଙ୍କ ଜୀବନରେ ଲାଗିଯିବ ଗ୍ରହଣ! ଆରମ୍ଭ ହେବ ଭୟଙ୍କର ଯୋଗ…

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri