କେଉଁ ସମୟରେ ଲାଗିବ ଚନ୍ଦ୍ରଗ୍ରହଣ? ଜାଣନ୍ତୁ ଓଡ଼ିଶା ପାଇଁ ଶୁଭ ନା ଅଶୁଭ…

ଭୁବନେଶ୍ୱର,୩।୯: ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋର୍ତିବିଦ ।

ଏହି ଚନ୍ଦ୍ର ଗ୍ରହଣକୁ ନେଇ କିଛି ଜ୍ୟୋର୍ତିବିଦ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି ମତ ରଖିଥିବା ବେଳେ ଅନ୍ୟ ଜ୍ୟୋର୍ତିବିଦ ପଞ୍ଜିକାରେ ସେଭଳି ଦେଶ ପ୍ରତି ଅମଙ୍ଗଳ ନ ଥିବା ଉଲ୍ଲେଖ ଥିବା କହିଛନ୍ତି।

୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ର ଗ୍ରହଣ ପଡୁଥିବାରୁ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି କିଛି ଜ୍ୟୋର୍ତିବିଦ ଗଣନା କରି କହିଛନ୍ତି । ଭାଦ୍ରବ ମାସ ପୂର୍ଣ୍ଣମୀ ତିଥିରେ ରାହୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ଦୋଳପୂର୍ଣ୍ଣମୀରେ କେତୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଛି। ଏହି ଦୁଇଟି ଯାକ ଚନ୍ଦ୍ରଗ୍ରହଣ ବଡ଼ ବଡ଼ ପର୍ବ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ବତନ୍ତ୍ର ତିଥିରେ ପଡୁଛି। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଜ୍ୟୋତିଷ ରାଜପଣ୍ଡିତ ଶିବନାରାୟଣ ମହାପାତ୍ର ଗଣନା କରି କହିଛନ୍ତି ଯେ ୬ ମାସ ବ୍ୟବଧାନରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଥିବାରୁ ରାଜ୍ୟକୁ ଅଶୁଭ ବେଳା ରହିଛି ।

ଯେମିତି ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିପାରେ ଓଡ଼ିଶା । ଭାଦ୍ରବ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତଥା ଭାଗବତ ଜନ୍ମରେ ପଡୁଛି ପ୍ରଥମ ଚନ୍ଦ୍ର ଗ୍ରହଣ। ତେବେ ଭାଦ୍ରବ ପୂର୍ଣ୍ନିମାରେ ହେବାକୁଥିବା ଚନ୍ଦ୍ର ଗ୍ରହଣ ହେଉଛି ରାହୁ ଗ୍ରାସ ଚନ୍ଦ୍ର ଗ୍ରହଣ। ତେବେ ଚନ୍ଦ୍ର ଗ୍ରହଣ ପୁରୀରେ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ଅର୍ଥାତ ଦୀର୍ଘ ସାଢେ ତିନିଘଣ୍ଟା ଧରି ଏହା ଅନୁଷ୍ଠିତ ହେବ।

Chandra Grahan 2025: ଗ୍ରହଣର ଗୋଟିଏ ଦିନ ପୂର୍ବରୁ ଏହି ୪ ରାଶିଙ୍କ ଜୀବନରେ ଲାଗିଯିବ ଗ୍ରହଣ! ଆରମ୍ଭ ହେବ ଭୟଙ୍କର ଯୋଗ…

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri