Posted inଜାତୀୟ

ଘୋଷଣା ହେଲା ତାରିଖ: ହରିୟାଣାରେ ୧ ଅକ୍ଟୋବରରେ ନିର୍ବାଚନ, ୪ରେ ଭୋଟ ଗଣତି

ନୂଆଦିଲ୍ଲୀ,୧୬।୮: ଜମ୍ମୁ କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଜମ୍ମୁ କଶ୍ମୀରରେ ତିନିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୨୫ରେ ଅନୁଷ୍ଠିତ ହେବ। ତୃତୀୟ ପର୍ଯ୍ୟାୟ ଭୋଟ ଅକ୍ଟୋବର ୧ରେ ଅନୁଷ୍ଠିତ ହେବ ଏବଂ ଭୋଟ ଗଣନା ଅକ୍ଟୋବର ୪ରେ କରାଯିବ। ଏଠାରେ ସମସ୍ତ ପ୍ରାର୍ଥୀଙ୍କୁ ସୁରକ୍ଷା ଯୋଗାଇ ଦିଆଯିବ। ଏହା ସହିତ ସମସ୍ତ ମତଦାନ କେନ୍ଦ୍ରଗୁଡ଼ିକ ମଧ୍ୟ ସିସିଟିଭି କ୍ୟାମେରା ଦ୍ୱାରା ତଦାରଖ କରାଯିବ।
ହରିୟାଣାରେ ଅକ୍ଟୋବର ୧ରେ ସମସ୍ତ ୯୦ ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ଏଠାରେ ମଧ୍ୟ ଅକ୍ଟୋବର ୪ରେ ଭୋଟ ଗଣନା ହେବ । ଅର୍ଥାତ୍‌ ଜମ୍ମୁ କଶ୍ମୀର ଏବଂ ହରିୟାଣା ବିଧାନସଭା ପାଇଁ ଦିଆଯାଇଥିବା ଭୋଟର ଫଳାଫଳ ସେହି ଦିନ ଅକ୍ଟୋବର ୪ରେ ଆସିବ।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଶୁକ୍ରବାର ଏହି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ମୁଖ୍ୟ ଖିର୍ବାଚନ କମିଶନର କହିଛନ୍ତି ଯେ ଜମ୍ମୁ କଶ୍ମୀରର ସମସ୍ତ ରାଜନୈତିକ ଦଳ ସୁରକ୍ଷା ସମ୍ପର୍କରେ ଅନୁରୋଧ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରତ୍ୟେକ ପ୍ରାର୍ଥୀଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ନିର୍ବାଚନ କମିଶନର କହିଛନ୍ତି ଯେ କଶ୍ମୀରରେ ନିର୍ବାଚନ ସହିତ ପର୍ବର ଋତୁ ମଧ୍ୟ ଅଛି, ଫଳର ଋତୁ ମଧ୍ୟ ଅଛି, ସାଫ୍ରନ ଏବଂ ଆପଲର ଋତୁ ମଧ୍ୟ ଅଛି।
ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ଜମ୍ମୁ-କଶ୍ମୀରର ପ୍ରତ୍ୟେକ ଭୋଟ ଗ୍ରହଣ କନ୍ଦ୍ରେରେ ସିସିଟିଭି ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?