ପଞ୍ଚାୟତ ଉପନିର୍ବାଚନ ପାଇଁ ତାରିଖ ଘୋଷଣା: ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ

ଭୁବନେଶ୍ୱର,୨୧।୫: ପଞ୍ଚାୟତ ଉପନିର୍ବାଚନ ପାଇଁ ବୁଧବାର ନିର୍ବାଚନ କମିଶନ ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ ହେବ। ଜୁନ ୨୪ରେ ଭୋଟ ଗଣତି ହୋଇ ଫଳାଫଳ ଆସିବ। ମେ’ ୨୨ରେ ନୋଟିଫିକେସନ ବାହାରିବ। ୨୬ରୁ ୩୧ ମେ’ ନାମାଙ୍କନ ଦାଖଲ ହେବ।

୨୦ ଜିଲାର ୪୩ ସରପଞ୍ଚ ପାଇଁ ଭୋଟ ହେବ। ୨୧ ଜିଲାର ୪୦ ପଞ୍ଚାୟତ ସମିତି ସଭ୍ୟ ପାଇଁ ଭୋଟ ହେବ ବୋଲି ଜଣାପଡିଛି। ଜୁନ ୨୩ ତାରିଖରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ଦିନ ୧ଟା ସରିବ। ୨୬ରୁ ୩୧ ମେ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ଏଥିସହ ଜୁନ ୨୪ ତାରିଖରେ ଭୋଟ ଗଣତି ହେବ ଓ ଫଳାଫଳ ପ୍ରକାଶ ପାଇବ।

ଜିଲା ପରିଷଦ ଉପନିର୍ବାଚନ କେନ୍ଦ୍ରାପଡ଼ା, କେନ୍ଦୁଝର୍‌ ଓ ସମ୍ବଲପୁର ଜିଲାରେ ଥିବା ଡେରାବିଶ, ରାଜନଗର, ଘଟଗାଁ ଓ ଧନକୌଡ଼ା ଆଦି ବିଧାନସଭା କ୍ଷେତ୍ରରେ ହେବ।

ପଞ୍ଚାୟତ ସମିତି ସଦସ୍ୟ ଉପନିର୍ବାଚନ ୨୧ଟି ଜିଲାର ୪୦ରୁ ଅଧିକ ବିଧାନସଭା କ୍ଷେତ୍ରରେ ଅନୁଷ୍ଠିତ ହେବ, ଯେପରିକି ଅନୁଗୋଳ, ବଲାଙ୍ଗିର, ବାଲେଶ୍ୱର, ଗଞ୍ଜାମ, ଯାଜପୁର, ମୟୂରଭଞ୍ଜ ଓ ନୟାଗଡ଼ ଇତ୍ୟାଦି।

ସରପଞ୍ଚ ଓ ୱାର୍ଡ ସଦସ୍ୟ ଉପନିର୍ବାଚନ ବଲାଙ୍ଗିର, ବୌଦ୍ଧ, କଟକ, ଗଜପତି ଓ କନ୍ଧମାଳ ଜିଲାର ଅନେକ ଗ୍ରାମ ପଞ୍ଚାୟତରେ ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri