ମା’ଙ୍କୁ ପିଠିରେ ୮ କି.ମି. ବୋହି ଡାକ୍ତରଖାନା ନେଲେ ଝିଅ: ବଞ୍ଚାଇପାରିଲେନି ଜୀବନ

ତୁମୁଡ଼ିବନ୍ଧ/ବାଲିଗୁଡ଼ା,୨ା୮(ଦୀପକ କୁମାର ପରାସେଠ/ସଞ୍ଜୟ ପାଣିଗ୍ରାହୀ): ସାପ କାମୁଡ଼ାରେ ଗୁରୁତର ହୋଇପଡ଼ିଥିବା ମା’ଙ୍କ ଜୀବନ ବଞ୍ଚାଇବାକୁ ତାଙ୍କୁ ପିଠିରେ ୮ କି.ମି. ଜଙ୍ଗଲ ରାସ୍ତାରେ ବୋହି ଆମ୍ବୁଲାନ୍ସ ଯାଏ ନେଇଥିଲେ ଝିଅ। ପରେ ମା’ଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଅଞ୍ଚଳରେ ଗୁରୁବାର ଦେଖିବାକୁ ମିଳିଛି ଏହି ଘଟଣା। ମୃତା ହେଲେ ବଲମାଡୁ ମାଝୀ (୪୫)।
ଖବରରୁ ଜଣାପଡିଛି, ତୁମୁଡ଼ିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ ତର୍ଲଙ୍ଗି ଡୁମେରପଡ଼ା ଅଞ୍ଚଳର ବିଧବା ମହିଳା ବଲମାଡୁ ବୁଧବାର ରାତିରେ ଶୋଇଥିବା ବେଳେ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ଗୁରୁବାର ସକାଳୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ପରିବାର ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ହେଲେ ଗ୍ରାମକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ୮ କି.ମି ଦୂର ପିକୁସି ଗ୍ରାମ ପର୍ଯ୍ୟନ୍ତ ଆସି ଅଟକି ରହିଥିଲା। ଫଳରେ ଉପାୟଶୂନ୍ୟ ହୋଇ ଝିଅ ରଜନୀ ମାଝୀ ମା’ ବଲମାଡ଼ୁଙ୍କୁ ପିଠିରେ ୮ କି.ମି. କାଦୁଅ ଓ ଜଙ୍ଗଲ ରାସ୍ତାରେ ବୋହି ନେଇ ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଥିଲେ। ସେଠାରୁ ତାଙ୍କୁ ଆମ୍ବୁଲାନ୍ସରେ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ବଲମାଡ଼ୁଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ ତୁମୁଡ଼ିବନ୍ଧ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲା। ଏ ନେଇ ନଂ. ୭/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଅନୁଧ୍ୟାନ ଚାଲିଥିବା ତୁମୁଡିବନ୍ଧ ପୋଲିସ କହିଛି। ମୃତ ମହିଳାଙ୍କ ପୁଅ କହିଛନ୍ତି, ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚତ୍ ପାରିଲାନି। ଠିକ୍‌ ସମୟରେ ଡାକ୍ତରଖାନାକୁ ମା’ଙ୍କୁ ଆଣି ନ ପାରିବାରୁ ଏପରି ଘଟିଲା। ପ୍ରଶାସନ ନିକଟରେ ବାରମ୍ବାର ଦାବିକରିବା ସତ୍ତ୍ୱେ ଏଯାଏ ଗାଁକୁ ରାସ୍ତାଟିଏ ନିର୍ମାଣ ହୋଇପାରି ନାହିଁ। ପ୍ରଶାସନ ଗାଁକୁ ରାସ୍ତା ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri