ଟିକା ଯୋଗୁ ଝିଅଙ୍କ ମୃତ୍ୟୁ, ପିତା ଦାଖଲ କଲେ ୧,୦୦୦ କୋଟିର କ୍ଷତିପୂରଣ ପିଟିଶନ୍‌…

ମୁମ୍ବାଇ, ୨।୨ : ଜଣେ ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ନେଇ ତାଙ୍କ ପିତା ବମ୍ବେ ହାଇକୋର୍ଟରେ ଏକ ପିଟିଶନ୍‌ ଦାଖଲ କରିଛନ୍ତି। କରୋନା ଟିକାର ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁଁ ଝିଅର ମୃତ୍ୟୁ ଘଟିଥିବା ଅଭିଯୋଗ କରି ପିତା ୧,୦୦୦ କୋଟି ଟଙ୍କାର କ୍ଷତିପୂରଣ ମାଗିଛନ୍ତି।

ଏହି ଆବେଦନରେ ଅଭିଯୁକ୍ତମାନଙ୍କ ମଧ୍ୟରେ କୋଭିଡଶିଲ୍ଡ ଟିକା ନିର୍ମାତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ, ଏହାର ସହଯୋଗୀ ବିଲ ଗେଟ୍ସ ଏବଂ ରାଜ୍ୟ ତଥା କେନ୍ଦ୍ରୀୟ ଅଧିକାରୀମାନେ ପକ୍ଷଭୁକ୍ତ ଅଛନ୍ତି। ଆବେଦନକାରୀ ଦିଲୀପ ଲୁନାଓ୍ବତ୍‌ ଦାବି କରିଛନ୍ତି ଯେ ତାଙ୍କ ଝିଅ ସ୍ନେହଲ ଲୁନାଓ୍ବତ୍‌ ନାଗପୁରର ଏକ ମେଡିକାଲ କଲେଜର ବରିଷ୍ଠ ଅଧ୍ୟାପିକା ଭାବେ କାର୍ଯ୍ୟ କରୁଥିଲେ।

ସ୍ନେହଲ ୨୦୨୧ ଜାନୁଆରୀ ୨୮ରେ ନାସିକ୍‌ ଠାରେ କୋଭିଶିଲ୍ଡ ଟିକା ନେଇଥିଲେ ଏବଂ ଏହାର ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଏକ ମାସ ପରେ ୨୦୨୧ ମାର୍ଚ୍ଚ ୧ରେ ତାଙ୍କର ମୃତ୍ୟୁ ଘଟିଥିଲା।

ପିତା ପିଟିଶନ୍‌ରେ ଉଲ୍ଲେଖ କରିଛନ୍ତି ଯେ ତାଙ୍କ ଝିଅ ସ୍ବାସ୍ଥ୍ୟ କର୍ମୀ ଥିବାରୁ ତାଙ୍କୁ ଟିକା ନେବାକୁ ବାଧ୍ୟ କରାଯାଇଛି। ଡ୍ରଗ କଣ୍ଟ୍ରୋଲର୍‌ ଜେନେରାଲ ଅଫ ଇଣ୍ଡିଆ (ଡିସଜିଆଇ) ଏବଂ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ୍‌) ର ନିଦ୍ଦେଙ୍କ ଦ୍ୱାରା ଟିକା ସୁରକ୍ଷିତ ବୋଲି କୁହାଯାଇଥିଲା।

ପିଟିଶନ୍‌ ଅନୁଯାୟୀ, କେନ୍ଦ୍ର ସରକାରଙ୍କ ପରବର୍ତ୍ତୀ ପ୍ରଭାବ (ଏଇଏଫ୍‌ଆଇ) କମିଟି ୨୦୨୧ ଅକ୍ଟୋବର ୨ରେ ସ୍ବୀକାର କରିଥିଲେ ଯେ ଟିକାର ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଅଭିଯୋଗକାରୀଙ୍କ ୩୩ ବର୍ଷ ବୟସ୍କା ଝିଅଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri