Posted inଅପରାଧ

ରାତି ଅଧରେ ପ୍ରେମିକ ସହ ଦେଖିବା ପରେ ଝିଅକୁ କୁରାଢ଼ିରେ ହାଣି ହତ୍ୟା କଲା ବାପା

କାନୁପର, ୧୬।୯: ଉତ୍ତର ପ୍ରଦେଶର କାନପୁରରୁ ଏକ ଅନର୍‌ କିଲିଂ ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ବ୍ୟକ୍ତି ତାଙ୍କ ଝିଅକୁ ରାତି ଅଧରେ ପ୍ରେମିକ ସହ ଏକାଠି ଥିବାର ଦେଖିବାକୁ ପାଇଥିଲେ। ଏହାପରେ କ୍ରୋଧରେ ଝିଅର ବାପା ଏକ କୁରାଢ଼ି ସାହାଯ୍ୟରେ ଉଭୟଙ୍କୁ ଆକ୍ରମଣ କରିଥିଲେ। କୁରାଢ଼ି ଚୋଟରେ ଝିଅର ମୃତ୍ୟୁ ହୋଇଥିବାବେଳେ ପ୍ରେମିକ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ରହିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ହତ୍ୟାକାରୀ ବାପାକୁ ଗିରଫ କରି ତଦନ୍ତ ଚଳାଇଛି।
ଚାଞ୍ଚଲ୍ୟକର ଘଟଣାଟି ଗଜନେର ଥାନା ଅଞ୍ଚଳରେ ଘଟିଛି। ବିଟାନ ନାମକ ଜଣେ ଯୁବକ ସହ ପଡ଼ୋଶୀ ଶିବନାଥଙ୍କ ଝିଅ ମଧ୍ୟରେ ଗତ ଏକ ବର୍ଷ ଧରି ପ୍ରେମ ସମ୍ପର୍କ ରହିଆସିଥିଲା। ଗତ ରାତିରେ ବିଟାନଙ୍କୁ ଭେଟିବା ପାଇଁ ତାଙ୍କ ପ୍ରେମିକା ଘରକୁ ଯାଇଥିଲା। ଶିବନାଥ ଏହା ଜାଣିପାରି ଏକ କୁରାଢ଼ି ନେଇ ବିଟାନଙ୍କ ଘରେ ପହଞ୍ଚିଥିଲେ। ସେଠାରେ ଶିବନାଥ ତାଙ୍କ ଝିଅ ଓ ବିଟାନଙ୍କୁ ଏକାଠି ଦେଖି ଉଭୟଙ୍କୁ କୁରାଢ଼ିରେ ଆକ୍ରମଣ କରିଥିଲେ। ଏଥିରେ ପ୍ରେମିକାଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରେମିକ ବିଟାନ ଗୁରୁତର ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିଟାନଙ୍କୁ ହସ୍ପିଟାଲ ପଠାଇଥିବାବେଳେ ହତ୍ୟାକାରୀ ବାପା ଶିବନାଥକୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?