ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଝିଅ-ନାତି ମୃତ, ଅଜା ଗୁରୁତର

ଖଲ୍ଲିକୋଟ,୨୦ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଦୁଇ ମୃତ ଏବଂ ଜଣେ ଗୁରୁତର ହୋଇ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ସୂଚନାନୁଯାୟୀ, ଉକ୍ତ ଗ୍ରାମର ଭଗି ନାହାକ(୬୮)ଙ୍କ ନୂତନ ଗୃହ ନିର୍ମାଣ ହେଉଥିବା ବେଳେ ଲୁହା ଛଡ଼ଗୁଡିକ ବାହାର କରିବା ସମୟରେ ନିକଟରେ ବିପଦପୂର୍ଣ୍ଣ ଭାବେ ଥିବା ବିଦ୍ୟୁତ୍‌ ସଂଯୋଗରେ ପ୍ରଥମେ ଭଗିଙ୍କ ଝିଅ ନିବାସୀ ପାହାନ(୪୨) ଲାଗି ଯାଇଥିଲେ। ତାଙ୍କୁ ଛଡ଼ାଇବାକୁ ଯାଇ ନିବାସୀଙ୍କ ପୁଅ ଜିତୁ (୨୪)ଙ୍କୁ କରେଣ୍ଟ ଲାଗିଥିଲା। ପରେ ପାଟି ଶୁଣି ଝିଅ ଏବଂ ନାତିଙ୍କୁ ଉଦ୍ଧାର କରିବା ପାଇଁ ଆସି ବିଦ୍ୟୁତ୍‌ ଝଟକା ଖାଇଥିଲେ। ପରେ ପଡ଼ୋଶୀ ଆସି ସେମାନଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ମେଡ଼ିକାଲ ପଠାଇଥିଲେ। ଡାକ୍ତର ମା’ ଏବଂ ପୁଅକୁ ମୃତ ଘୋଷଣା କରିଥିବା ବେଳେ ଭଗିଙ୍କୁ ବ୍ରହ୍ମପୁର ପଠାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri