ଘରେ ଶ୍ୱଶୁରଙ୍କୁ ତାଲା ପକାଇ ବୋହୂ ନିଖୋଜ ଘଟଣା: ନାବାଳକଙ୍କୁ ନେଇ ଫେରାର ଥିବା ଅଭିଯୋଗ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀରେ ଶ୍ୱଶୁରଙ୍କୁ ବାହାର ପଟୁ ତାଲା ପକାଇ ଘରୁ ୧୦ ଲକ୍ଷ ଟଙ୍କାର ସୁନାଗହଣା ସହ ଦେଢ଼ ଲକ୍ଷ ଟଙ୍କା ନେଇ ବୋହୁ ଚମ୍ପଟ ମାରିବା ଘଟଣା ଭିନ୍ନ ମୋଡ଼ ନେଇଛି। ସ୍ତ୍ରୀ ନିଖୋଜ ହୋଇଥିବା ନେଇ ସ୍ବାମୀ ଏୟାରପୋର୍ଟ ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଏହି ଘଟଣାକୁ ନେଇ ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି । ଘରୁ ପଳାଇଥିବା ମହିଳା ଜଣଙ୍କ ନିଖୋଜ ନୁହେଁ ବରଂ ଜଣେ ନାବାଳକଙ୍କୁ ଧରି ପଳାଇଥିବା କୁହାଯାଉଛି। ଏନେଇ ନାବାଳକଙ୍କ ପରିବାର ଗଣମାଧ୍ୟମ ଆଗରେ କହିଛନ୍ତି, ମୋ ପୁଅକୁ ସମ୍ପୃକ୍ତ ମହିଳା ଅପହରଣ କରିଛନ୍ତି। ଏପରିକି ତାଙ୍କର ଭବିଷ୍ୟତ ନଷ୍ଟ କରିଛି। ମୋ ପାଠ ପଢୁଆ ପିଲାକୁ ସୁରକ୍ଷିତ ଉଦ୍ଧାର କରି ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କୁ ନାବାଳକଙ୍କ ମା’ ଅନୁରୋଧ କରିଛନ୍ତି। ଅପରପକ୍ଷରେ ମହିଳାଙ୍କ ପରିବାର ନାବାଳକଙ୍କ ପରିବାରଙ୍କୁ ଧମକ ଦେଉଥିବା ଅଭିଯୋଗ ହୋଇଛି। ଫଳରେ ଦୁଇ ପରିବାର ମଧ୍ୟରେ ଯୁକ୍ତିତର୍କ ଲାଗିଥିବା ଜଣାପଡ଼ିଛି।
ସୂଚନାନୁସାରେ, ଏୟାରପୋର୍ଟ ଥାନା ଅଞ୍ଚଳରେ ନଭେମ୍ବରରେ ଜଣେ ବ୍ୟକ୍ତି ଅଭିଯୋଗ କରିଥିଲେ, ସେ ଘରେ ଅନୁପସ୍ଥିତ ଥିବାବେଳେ ତାଙ୍କ ବାପାଙ୍କୁ ସ୍ତ୍ରୀ ବାହାର ପଟୁ ତାଲା ପକାଇ ଘରୁ ଦେଢ଼ଲକ୍ଷ ଟଙ୍କା, ସୁନାଗହଣା ଆଦି ନେଇ ନିଖୋଜ ହୋଇଯାଇଛନ୍ତି। ଏପରି କି, ନୟାଗଡ଼ର ଜଣେ ପୁରୁଷ ବନ୍ଧୁଙ୍କ ସହ ଫେରାର ହୋଇଯାଇଥିବା ଅଭିଯୋଗ ଆଣିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିବା ସହ ପାରିବାରିକ ଘଟଣା ହୋଇଥିବାରୁ ଏ ବିଷୟରେ କୌଣସି ସୂଚନା ଦେବାକୁ ମନା କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri