Odisha Elections 2024

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର ସକାଳେ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା ବେହେରାସାହି ଗ୍ରାମରେ। ମୃତ ମହିଳା ହେଲେ ଅଖିଲତା ବେହେରା(୨୫)। ପୋଲିସ ଏକ ମାମଲା (ନଂ.୧୯୭/୨୪) ରୁଜୁ କରି ମୃତା ଅଖିଲତାଙ୍କ ଶାଶୁ ଭାଗ୍ୟବତୀ ବେହେରା, ଶ୍ୱଶୁର ଗଣେଶ ବେହେରା ଓ ସ୍ବାମୀ ମଧୁସୂଦନ ବେହେରାଙ୍କୁ ମଙ୍ଗଳବାର ଗିରଫ ପରେ କୋର୍ଟଚାଲାଣ କରିଛି। ଅଖିଲତାଙ୍କ ଶାଶୁ ଓ ଶ୍ୱଶୁର ଅପରାଧ ସ୍ବୀକାର କରିବା ପରେ ପୋଲିସ ସେମାନଙ୍କୁ ଗ୍ରାମକୁ ନେଇ ସିନ୍‌ ରିକ୍ରିଏଶନ କରାଇଛି। ତିହିଡ଼ି ଥାନା ପରିସରରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଚାନ୍ଦବାଲି ଏସ୍‌ଡିପିଓ କାର୍ତ୍ତିକ ଚନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି ଯେ, ସୋମବାର ମହରମପୁର ପଞ୍ଚାୟତ ଅଧୀନ ସାନ୍ତରାପୁର ଦଳେଇସାହି ଗ୍ରାମର ସାନ୍ତନୁ ଦଳେଇ ତାଙ୍କ ଭଉଣୀ ଅଖିଲତାଙ୍କୁ ଅଧିକ ଯୌତୁକ ଦାବିରେ ଶାଶୁ, ଶ୍ୱଶୁର ଓ ସ୍ବାମୀ ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଥିବା ଅଭିଯୋଗ କରିଥିଲେ। ୨୦୧୯ରେ ତାଙ୍କ ଭଉଣୀ ପାଳିଆବିନ୍ଧା ବେହେରାସାହି ଗ୍ରାମର ମଧୁସୂଦନଙ୍କୁ ପ୍ରେମ ବିବାହ କରିଥିଲେ। ବିବାହ ପରେ ତାଙ୍କ ଭଉଣୀକୁ ଅଧିକ ୫୦ହଜାର ଟଙ୍କା ଯୌତୁକ ଦାବି କରି ନିର୍ଯାତନା ଦିଆଯାଉଥିଲା। ଯୌତୁକ ଦେଇ ନ ପାରିବାରୁ ତାଙ୍କ ଭଉଣୀଙ୍କ ତଣ୍ଟି ଚିପି ବେକରେ ଶାବଳ ପକାଇ ହତ୍ୟା କରାଯାଇଥିବା ସେ ଏତଲାରେ ଦର୍ଶାଇଥିଲେ। ଏହି ଅଭିଯୋଗ ପରେ ପୋଲିସ ଉକ୍ତ ଗ୍ରାମକୁ ଯାଇ ଅଖିଲତାଙ୍କ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri