ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।
ଏନ୍‌ଏସି ୨ନଂ. ୱାର୍ଡ଼ ଅଧୀନ ଘାଟଘରସାହି ଅଞ୍ଚଳର ଉତ୍ତରା ଜେମାଦେବୀ (୮୮) ରକ୍ତହୀନତା ପାଇଁ ଭୁବନେଶ୍ୱରସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଗତ ରବିବାର ରାତି ୧୦ଟା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ହସ୍‌ପିଟାଲରେ ଶାଶୁଙ୍କ ନିକଟରେ ତାଙ୍କ ବୋହୂ ସୁସ୍ମିତା ଜେମାଦେବୀ(୫୪) ରହି ଦେଖାଶୁଣା କରୁଥିଲେ। ସୋମବାର ଶାଶୁଙ୍କ ମରଶରୀରକୁ ଘାଟଘରସାହି ଅଣାଯାଇ ଶୋକାକୁଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ଅନ୍ୟପକ୍ଷେ ଶାଶୁଙ୍କ ମୃତ୍ୟୁ ଖବରକୁ ସହଜରେ ଗ୍ରହଣ କରି ନ ପାରି ବୋହୂ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ତାଙ୍କ ମରଶରୀରକୁ ମଧ୍ୟ ଘାଟଘରସାହି ଅଣାଯାଇଥିଲା। ମୃତ୍ୟୁଶଯ୍ୟା ନିକଟରେ ସ୍ବାମୀ ଚନ୍ଦ୍ରକାନ୍ତ ବୀରବରଙ୍କ ସହ ପୁଅ ରିତେଶ ବୀରବର, ଝିଅ ରିଚା ଜେମାଦେବୀ, ଜ୍ୱାଇଁ, ନାତି, ବନ୍ଧୁ, ପ୍ରିୟଜନ ଉପସ୍ଥିତ ଥିଲେ। ଖବର ପାଇ ନୀଳଗିରିର ବହୁ ବିଶିଷ୍ଟ ବ୍ୟକ୍ତି ଘାଟଘରସାହିସ୍ଥିତ ବାସଭବନରେ ଶେଷଦର୍ଶନ କରିବା ସହ ତାଙ୍କ ଶବାଧାରରେ ସାମିଲ ହୋଇଥିଲେ। ପୁଅ ରିତେଶ ମୁଖାଗ୍ନି ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri