ବାପା, ମାଆଙ୍କ ସାମ୍ନାରେ ଝିଅକୁ ଅପହରଣ: ହତ୍ୟା ଧମକ ଦେଇ ଛଡ଼ାଇ ନେଲେ

ମୟୁରଭଞ୍ଜ,୧୦ା୮: ମୟୂରଭଞ୍ଜ ଜିଲାର ଉଦଳା ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ ବାପା-ମା’ଙ୍କ ସାମ୍ନାରେ ଜଣେ ଝିଅକୁ ୪ରୁ ୫ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଘଟଣାଟି ଦିନଦ୍ଵିପ୍ରହରରେ ଘଟିଥିବା ବେଳେ ଅପହୃତ ଝିଅର ବାପା-ମା’ ବିରୋଧ କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ଦୁର୍ବୃତ୍ତମାନେ ହତ୍ୟା ଧମକ ଦେଇ ଝିଅକୁ ଛଡ଼ାଇ ନେଇଥିବା ଜଣାପଡ଼ିଛି।

ଅପହୃତ ଝିଅର ବାପା କପ୍ତିପଦା ଥାନାରେ ଏତଲା ଦେଇଥିଲେ ହେଁ, ଘଟଣାର ୩ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏପର୍ଯ୍ୟନ୍ତ କୌଣସି ସୁରାଗ ପାଇନଥିବା ଅଭିଯୋଗ ହୋଇଛି। ଝିଅର ବାପା କହିଛନ୍ତି ଯେ ପୋଲିସ ଏହାକୁ ମିସିଂ କେସ୍‌ ଭାବେ ଗ୍ରହଣ କରି ନିଷ୍କ୍ରିୟ ରହିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଓ ଅସନ୍ତୋଷ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ,…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri