ଯୌତୁକ ପାଇଁ ବଧୂ ହତ୍ୟା: ସ୍ୱାମୀ, ଶାଶୁ , ଶଶୁର ଗିରଫ

ନନ୍ଦପୁର,୧୨।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖୁର୍ଜୀ ପଞ୍ଚାୟତ ନନ୍ଦୀଗାଁରେ ସୋମବାର ଜଣେ ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼ ନେଇଛି। ଝିଅ ଘର ପକ୍ଷରୁ ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ ହେବା ପରେ ନନ୍ଦପୁର ପୋଲିସ ମାମଲା (କେସ୍ ନଂ ୬୬/୨୦୨୬) ରୁଜୁ କରି ତଦନ୍ତ ଚଳାଇଥିଲା। ଏହି ଘଟଣାରେ ମଙ୍ଗଳବାର ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ସ୍ୱାମୀ ମନୋଜ ଚମ୍ପୀ, ଶାଶୁ ଜମ୍ବୁବତୀ ଚମ୍ପୀ ଓ ଶଶୁର କୁଶ ଚମ୍ପୀଟ

ପରିବାର ପକ୍ଷରୁ ଦିଆଯାଇଥିବା ଏତଲାରେ ମୃତକଙ୍କ ବୟସ ୧୭ ବର୍ଷ ଉଲ୍ଲେଖ ଥିଲା। ମାତ୍ର ଆଧାର କାର୍ଡ ଓ ସ୍କୁଲ ପ୍ରମାଣପତ୍ର ଯାଞ୍ଚ ପରେ ମୃତ ନବବଧୂ ଈଶ୍ୱରୀଙ୍କ ବୟସ ୧୯ ବର୍ଷ ବୋଲି ଜଣାପଡ଼ିଛି। ସେ ନାବାଳିକା ନୁହନ୍ତି ବରଂ ସାବାଳିକା ବୋଲି ଥାନାଧିକାରୀ ତ୍ରିନାଥ ତୋଟାପାଡିଆ ସୂଚନା ଦେଇଛନ୍ତି। ଘଟଣାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଏସଡିପିଓ ଦେବେନ୍ଦ୍ର ମଲ୍ଲିକ ନନ୍ଦପୁର ପୋଲିସ ଦଳକୁ ପ୍ରଶଂସା କରିଛନ୍ତି।

ସୂଚନା ମୁତାବକ, ନନ୍ଦପୁର ବ୍ଲକ ବାଲଡ଼ା ଗ୍ରାମର ଡମ୍ବୁରୁ ଜାନାମଙ୍କ ଝିଅ ଈଶ୍ୱରୀଙ୍କ ସହ ନନ୍ଦୀଗାଁ ଗ୍ରାମର ମନୋଜ ଚମ୍ପୀଙ୍କର ବର୍ଷକ ତଳେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ପରେ ମନୋଜ ତାଙ୍କୁ ବିବାହ କରିବାକୁ କହି ନିଜ ଗାଁକୁ ନେଇଯାଇଥିଲେ। ଉଭୟ ପରିବାର ପୁଅ-ଝିଅଙ୍କ ଇଚ୍ଛାକୁ ସମ୍ମାନ ଦେଇ ବିବାହକୁ ସ୍ୱୀକୃତି ଦେଇଥିଲେ। କିନ୍ତୁ ସୋମବାର ସକାଳୁ ଈଶ୍ୱରୀଙ୍କ ଝୁଲନ୍ତା ମୃତଦେହ ଶାଶୁଘରୁ ଉଦ୍ଧାର କରାଯାଇଥିଲା। ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା ବୋଲି କହୁଥିବା ବେଳେ, ଝିଅର ଦାଦା ତ୍ରିଲୋଚନ ଜାନାମ ଯୌତୁକ ନିର୍ଯାତନା ଦେଇ ହତ୍ୟା କରାଯାଇଥିବା ନେଇ ଥାନାରେ ଏତଲା ଦେଇଥିଲେ। ପୋଲିସ ମାଜିଷ୍ଟ୍ରେଟ୍, ସାଇଣ୍ଟିଫିକ୍ ଦଳ ଓ ଏସଡିପିଓଙ୍କ ଉପସ୍ଥିତିରେ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଅନ୍ୟପଟେ ଗିରଫ ଶାଶୁ ଓ ଶଶୁର ଯୌତୁକ ଅଭିଯୋଗକୁ ଅସ୍ୱୀକାର କରିଛନ୍ତି; ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ଯୋଗୁଁ ସେ ଏଭଳି ଚରମ ନିଷ୍ପତ୍ତି ନେଇଥାଇ ପାରନ୍ତି ବୋଲି ସେମାନେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri