Posted inଜାତୀୟ

ସୋନିଆଙ୍କ ସପକ୍ଷରେ ବାହାରିଲେ ଝିଅ ପ୍ରିୟଙ୍କା

ନୂଆଦିଲ୍ଲୀ,୩୧ା୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ କରି କହିବା ପରେ ରାଷ୍ଟ୍ରପତି ଭବନରୁ ଉତ୍ତର ଆସିଛି। ସୋନିଆଙ୍କ ବୟାନକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ମଧ୍ୟ କଡ଼ା ଜବାବ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସୋନିଆଙ୍କ ସପକ୍ଷରେ ବାହାରିଛନ୍ତି ଝିଅ ପ୍ରିୟଙ୍କା ଗାନ୍ଧୀ। ମୋ ମା’ ଜଣେ ବୟସ୍କା ମହିଳା। ରାଷ୍ଟ୍ରପତି ଲମ୍ବା ଭାଷଣ ପଢ଼ିଲେ ବୋଲି ମୋ ମା’ କହିଲେ। ତେଣୁ ରାଷ୍ଟ୍ରପତି ଥକି ଯାଇଥିବା ସେ କହିଥିବା ପ୍ରିୟଙ୍କା କହିଛନ୍ତି। ରାଷ୍ଟ୍ରପତିଙ୍କ ପ୍ରତି ତାଙ୍କର ସମ୍ମାନ ରହିଛି। କିନ୍ତୁ ମିଡିଆ ଏହାକୁ ଟୁଇଷ୍ଟ କରିବା ଦୁର୍ଭାଗ୍ୟଜନକ। ଉଭୟ ସମ୍ମାନିତ ମହିଳା ଓ ଆମମାନଙ୍କ ଠାରୁ ବଡ଼ ବୋଲି ପ୍ରିୟଙ୍କା ପ୍ରକାଶ କରିଛନ୍ତି।

ରାଷ୍ଟ୍ରପତି ଭବନରୁ ଆସିଥିବା ଉତ୍ତରରେ ସୋନିଆଙ୍କ ବୟାନ ଗ୍ରହଣୀୟ ନୁହେଁ ବୋଲି ଉଲ୍ଲେଖ କରାଯାଇଛି। ସର୍ବୋଚ୍ଚ ପଦବୀର ମର୍ଯ୍ୟାଦାକୁ ସୋନିଆଙ୍କ ବକ୍ତବ୍ୟ ଆଘାତ ଦେଇଛି। ରାଷ୍ଟ୍ରପତି କୌଣସି କ୍ଷେତ୍ରରେ ଥକ୍କିପଡ଼ି ନାହାନ୍ତି। ଅବହେଳିତ ବର୍ଗଙ୍କ ବାବଦରେ କହିବା କଦାପି କ୍ଳାନ୍ତ ଆଣେ ନି ବୋଲି ରାଷ୍ଟ୍ରପତି ଭବନରୁ ବୟାନ ଆସିଛି।

ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀ ଶୁକ୍ରବାର ବଜେଟ ପୂର୍ବରୁ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ରାହୁଲ ଗାନ୍ଧୀ ମଧ୍ୟ ରାଷ୍ଟ୍ରପତିଙ୍କ ଭାଷଣ ଉପରେ ପ୍ରତିକ୍ରିୟା ଦେଇଥିଲେ। ସୋନିଆ ରାଷ୍ଟ୍ରପତିଙ୍କୁ ଜଣେ ‘Poor Lady’ ବୋଲି କହିଥିଲେ। ଭାଷଣ ପରେ ସେ କ୍ଳାନ୍ତ ହୋଇଯାଇଥିଲେ। ଏହି ସମୟରେ ରାହୁଲ ରାଷ୍ଟ୍ରପତିଙ୍କ ଭାଷଣକୁ ବିରକ୍ତି କର ବୋଲି କହିଥିଲେ, ଯାହା ପରେ ରାଜନୀତି ଉଷ୍ମ ହେବାରେ ଲାଗିଛି। ଭାଜପା ଅଭିଯୋଗ କରିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି, କ୍ଷମା ମାଗିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri