ଚାଲିଥିଲା ଝିଅ ବାହାଘର: ମିଳିଲା ବାପାଙ୍କ ମୃତଦେହ

ହିଞ୍ଜିଳିକାଟୁ,୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମରେ ରବିବାର ଏକ ଅଘଟଣ ଘଟିଛି। ଝିଅ ବାହାଘର ଦିନ ବାପାଙ୍କ ମୃତଦେହ ଏକ ମୁଗ କିଆରିରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତକ ହେଲେ ହିଞ୍ଜିଳି ଥାନା ଶିକିରି ଗ୍ରାମର ସୁରେନ୍ଦ୍ର ନାୟକ(୭୨) ।

ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ପରେ ଏକ ମାମଲା(ନଂ.୭/୨୪) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି।

ମିଳିଥିବା ସୂଚନା ମୁତାବକ, ସୁରେନ୍ଦ୍ର ୨ ଦିନ ହେଲା ନିଖୋଜ ଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ପାଇ ନ ଥିଲେ। ରବିବାର ଝିଅ ବାହାଘର ପାଇଁ ପରିବାର ଲୋକେ ବ୍ୟସ୍ତତା ମଧ୍ୟରେ ରହିଥିଲେ। ଏହି ସମୟରେ ଗ୍ରାମର କେତେଜଣ ବ୍ୟକ୍ତି ଗାଁ ନିକଟ ଏକ ମୁଗ କିଆରିରେ ଥିବା ଏକ ଗଛରେ ସୁରେନ୍ଦ୍ରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ପରିବାର ଲୋକଙ୍କୁ ଜଣାଇବା ସହ ହିଞ୍ଜିଳି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ ଜବତ କରିଥିଲା। ଅନ୍ୟପକ୍ଷେ ସୁରେନ୍ଦ୍ରଙ୍କ ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଝିଅ ବାହାଘର ବନ୍ଦ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri