Posted inଖେଳ

ଆଚରଣବିଧି ଉଲ୍ଲଂଘନ: ଡେଭିଡ୍‌ଙ୍କ ନାଁରେ ଯୋଗ ହେଲା ଡିସିପ୍ଲିନାରି ଡିମେରିଟ୍‌ ପଏଣ୍ଟ

ସେଣ୍ଟ ଲୁସିଆ,୨୩ା୬: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ସୁପର-୮ ଗ୍ରୁପ୍‌-୨ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟର ଡେଭିଡ୍‌ ମିଲର ଆଇସିସି ଆଚରଣବିଧି ଧାରା-୧ର ଉଲ୍ଲଂଘନ କରିଥିବାରୁ ଭର୍ତ୍ସନା କରାଯିବା ସହ ତାଙ୍କୁ ଏକ ଡିମେରିଟ୍‌ ପଏଣ୍ଟ ପ୍ରଦାନ କରାଯାଇଛି।

ସେ ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସହମହତି ପ୍ରକାଶ କରିଥିଲେ। ୨୪ ମାସରେ ଏହା ତାଙ୍କର ପ୍ରଥମ ଅପରାଧ ହୋଇଥିବାରୁ ମିଲରଙ୍କ ଡିସିପ୍ଲିନାରି ରେକର୍ଡରେ ଏକ ଡିମେରିଟ୍‌ ପଏଣ୍ଟ ଯୋଗ କରାଯାଇଛି।

ଦକ୍ଷିଣ ଆଫ୍ରିକା ଇନିଂସ୍‌ର ୧୯ତମ ଓଭରରେ ଏହି ଘଟଣା ଘଟିଥିଲା। ମିଲର ପେସ୍‌ ବୋଲର ସାମ୍‌ କୁରାନଙ୍କ ଏକ ଫୁଲ୍‌ଟସ୍‌ ଖେଳୁଥିବା ବେଳେ ବଲ୍‌ଟି ଉଚ୍ଚା ଥିବାରୁ ଅମ୍ପାୟର ଏହାକୁ ‘ନୋ ବଲ୍‌’ ଦେବେ ବୋଲି ଆଶା କରାଯାଉଥିଲା। କିନ୍ତୁ ତାହା ହୋଇ ନ ଥିଲା। ନିଷ୍ପତ୍ତିର ରିଭ୍ୟୁ ପାଇଁ ସେ ସଙ୍କେତ ଦେଇଥିଲେ। ତାଙ୍କ କଥା ପ୍ରତି ଧ୍ୟାନ ଦିଆଯାଇ ନ ଥିଲା। ମିଲର ତାଙ୍କ ଦୋଷ ସ୍ବୀକାର କରିବା ସହ ମ୍ୟାଚ୍‌ ରେଫରି ଜେଫ୍‌ କ୍ରୋଙ୍କ ଦ୍ୱାରା ହୋଇଥିବା ଦଣ୍ଡବିଧାନକୁ ଗ୍ରହଣ କରିନେବାରୁ ଆନୁଷ୍ଠାନିକ ଶୁଣାଣିର ଆବଶ୍ୟକ ପଡ଼ି ନ ଥିଲା। ମିଲରଙ୍କ ବିରୋଧରେ ଫିଲ୍ଡ ଅମ୍ପାୟର ଖ୍ରୀସ୍‌ ବ୍ରାଉନ୍‌ ଓ ଶାର୍ଫୁଦୋଲ୍ଲା ଇବ୍‌ନେ ଶାହିଦ, ତୃତୀୟ ଅମ୍ପାୟର ଜୋଏଲ ଓ୍ବିଲସନ ଏବଂ ଚତୁର୍ଥ ଅମ୍ପାୟର ଖ୍ରୀସ୍‌ ଗାଫାନି ପ୍ରମୁଖ ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri