Posted inଖେଳ

ଭାରତୀୟ ଦଳକୁ କ୍ଷମା ମାଗିଲେ ଏହି ଖେଳାଳି

ସିଡ୍‌ନୀ, ୧୨।୧: ଅଷ୍ଟ୍ରେଲିଆର ତାରକା ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ଣ୍ଣର ମଙ୍ଗଳବାର ଭାରତୀୟ ଖେଳାଳିଙ୍କ ଉପରେ ଜାତିଆଣ ମନ୍ତବ୍ୟକୁ ବିରୋଧ କରି ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ନିକଟରେ କ୍ଷମା ମାଗିଛନ୍ତି। ଓ୍ବାର୍ଣ୍ଣର କହିଛନ୍ତି, ତୃତୀୟ ଟେଷ୍ଟ ସମୟରେ ଯାହା ଘଟିଥିଲା ଏବଂ ଦର୍ଶକଙ୍କ ଆଚରଣ ଗ୍ରହଣୀୟ ନୁହେଁ। ପ୍ରଥମ ଅଷ୍ଟ୍ରେଲିଆ ଗସ୍ତରେ ଆସିଥିବା ମହମ୍ମଦ ସିରାଜ ଏବଂ ଭେଟେରାନ ଫାଷ୍ଟ ବୋଲର ଜସପ୍ରୀତ ବୁମ୍‌ରାଙ୍କୁ କ୍ରମାଗତ ୨ ଦିନ ଦର୍ଶକଙ୍କ ମନ୍ତବ୍ୟ ସହିବାକୁ ପଡ଼ିଥିଲା।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡ୍‌ନୀରେ ଖେଳାଯାଇଥିବା ତୃତୀୟ ଟେଷ୍ଟର ୪ର୍ଥ ଦିନରେ କିଛି ସମୟ ପାଇଁ ଖେଳକୁ ବନ୍ଦ ରଖାଯାଇଥିଲା। ଅମ୍ପାୟାରଙ୍କ ନିକଟରେ ଅଭିଯୋଗ ହେବା ପରେ ଏପରି ନିଷ୍ପତ୍ତି ନିଆଯାଇଥିଲା।
ଏ ନେଇ ଭାରତୀୟ ଦଳ ଅମ୍ପାୟାରଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ପରେ ଅଷ୍ଟ୍ରେଲିଆ କ୍ରିକେଟ ବୋର୍ଡ କ୍ଷମାମାଗି ୬ଜଣ ଦର୍ଶକଙ୍କୁ ପଡ଼ିଆରୁ ବାହାର କରିଦେଇଥିଲା। ଏ ନେଇ ଓ୍ବାର୍ଣ୍ଣର ଇନ୍‌ଷ୍ଟାଗ୍ରାମ୍‌ ପୋଷ୍ଟରେ ଲେଖିଛନ୍ତି, ମୁଁ ମହମ୍ମଦ ସିରାଜ ଏବଂ ଭାରତୀୟ ଦଳକୁ କ୍ଷମା ମାଗୁଛି। ଜାତିଗତ ଏବଂ ଅଶ୍ଳୀଳ ମନ୍ତବ୍ୟ ଗ୍ରହଣ ଯୋଗ୍ୟ ନୁହେଁ। ଆମ ଘରୋଇ ଦର୍ଶକଙ୍କଠାରୁ ମୁଁ ଏକ ଭଲ ମନୋଭାବ ଆଶା କରୁଛି ବୋଲି ସେ ଲେଖିଛନ୍ତି।
ଅଷ୍ଟ୍ରେଲିଆ ଖେଳାଳିମାନେ ଟିମ୍‌ ଇଣ୍ଡିଆକୁ ସମର୍ଥନ କରିଥିଲେ। ଜାତିଭିତ୍ତିକ ମନ୍ତବ୍ୟ ଘଟଣା ପରେ ଅଷ୍ଟ୍ରେଲିଆ ଖେଳାଳିମାନେ ଭାରତୀୟଙ୍କ ପକ୍ଷ ରଖିଥିଲେ। ସିରାଜ ଅଭିଯୋଗ କରିବା ପରେ କଙ୍ଗାରୁ ଅଧିନାୟକ ଟିମ ପେନ ଭାରତୀୟ ଦଳ ପାଖରେ ଛିଡା ହୋଇଥିଲେ। ଭାରତୀୟ ଅଧିନାୟକ ଅଜିଙ୍କ୍ୟ ରାହାଣେ କହିଛନ୍ତି ଯେ, ଅଶ୍ଳୀଳତା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri