Posted inଖେଳ

ଇତିହାସ ରଚିଲେ ଡେଭିଡ ଓ୍ବାର୍ନର

ନୂଆଦିଲ୍ଲୀ,୨୫।୧୦: ଅଷ୍ଟ୍ରେଲିଆ ଓପନର୍‌ ଡେଭିଡ୍‌ ଓ୍ବାର୍ନର ଚଳିତ ବିଶ୍ୱକପ୍‌ରେ ଲଗାତର ଦ୍ୱିତୀୟ ଶତକ ମାରିଛନ୍ତି। ସେ ନେଦରଲାଣ୍ଡ ବିପକ୍ଷରେ ବୁଧବାର ସେ ୯୩ ବଲ୍‌ରେ ୧୦୪ ରନ୍‌ର ପାଳି ଖେଲିଥିଲେ। ଏଥିରେ ୧୧ ଚୌକା ଏବଂ ୩ ଛକା ସାମିଲ ଅଛି। ସେ ବିଶ୍ୱକପ୍‌ ଇତିହାସରେ ୬ଟି ଶତକ ହାସଲ କରିଛନ୍ତି। ସେ ଇତିହାସ ରଚି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ରେକର୍ଡ ଭାଙ୍ଗିଛନ୍ତି।
ପଣ୍ଟିଂ ୪୬ଟି ମ୍ୟାଚର ୪୨ ଇନିଂସରେ ୫ ଶତକ ହାସଲ କରିଥିଲେ। ୨୩ଟି ମ୍ୟାଚର ୨୩ତମ ଇନିଂସରେ ୱାନର ତାଙ୍କୁ ପଛରେ ପକାଇ ଦେଇଛନ୍ତି। ୱାର୍ନର ବିଶ୍ୱକପ୍‌ରେ ସର୍ବାଧିକ ଶତକ ହାସଲ କରିବାରେ ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ସମକ୍ଷକ ହୋଇଥିଲେ।
୪୫ଟି ମ୍ୟାଚର ୪୪ ଇନିଂସରେ ତେନ୍ଦୁଲକର ୬ଟି ଶତକ ହାସଲ କରିଥିଲେ। ତାଙ୍କ ଅପେକ୍ଷା କମ ଇନିଂସରେ ୱାର୍ନର ୬ଟି ଶତକ ହାସଲ କରିଥିଲେ। ଅଷ୍ଟ୍ରେଲୀୟ ଓପନର୍‌ ୨୩ ଇନିଂସରେ ୬ଟି ଶତକ ପୂରଣ କରିଥିଲେ। ସେ ବର୍ତ୍ତମାନ କେବଳ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପଛରେ ଅଛନ୍ତି। ୨୨ଟି ମ୍ୟାଚର ୨୨ ଇନିଂସରେ ରୋହିତଙ୍କ ନାମରେ ୭ ଶତକ ରହିଛି। ୱାର୍ନର ତାଙ୍କ ଦିନିକିଆ କ୍ୟାରିୟରର ୨୨ତମ ଶତକ ସ୍କୋର କରିଥିଲେ। ଏହି ଫର୍ମାଟରେ ଶତକ ସ୍କୋର କରିବାରେ ସେ ସୌରଭ ଗାଙ୍ଗୁଲିଙ୍କ ସହ ସମାନ ସ୍ତରରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri