Posted inଖେଳ

ଆଇପିଏଲ୍‌ ଖେଳିବେନି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌! ଏଭଳି ହେଉଛିି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୨: ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ବେଶ୍‌ ଲୋକପ୍ରିୟ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନର। ସେ ନିଜ ଦମ୍‌ରେ ମ୍ୟାଚ୍‌ର କାୟା ପରିବର୍ତ୍ତିତ କରିଦେଇଥାନ୍ତି। ହେଲେ ସେ ଅନେକ ସମୟରେ ଆଘାତ ସମସ୍ୟା ଦେଇ ଗତି କରିଥାନ୍ତି। ଏଥିପାଇଁ ତାଙ୍କୁ ବାଧ୍ୟହୋଇ କ୍ରିକେଟରୁ ଦୂରରେ ରହିବାକୁ ପଡ଼ିଥାଏ। ଏଭଳି ଏକ ଘଟଣାକ୍ରମରେ ସେ ଆସନ୍ତା ଆଇପିଏଲ୍‌ରେ ଖେଳିବେ କି ନାହିଁ ସେନେଇ ଆଶଙ୍କା ସୃଷ୍ଟି ହୋଇଛି।

ଓ୍ବାର୍ନର ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆ ଖେଳୁଥିବା ବେଳେ ଆହତ ହୋଇଥିଲେ। ଏଥିପାଇଁ ଦଳରୁ ବାହାର ହୋଇଥିଲେ ସେ। ତୃତୀୟ ଟେଷ୍ଟରେ ସେ ଦଳକୁ ଫେରିଥିଲେ ହେଁ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଲାଗି ନ ଥିଲେ। ଏପରିକି ଚତୁର୍ଥ ଟେଷ୍ଟରେ ସେ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଏବେ ତାଙ୍କୁ ଆଘାତ ଲାଗି ଯନ୍ତ୍ରଣା ହେଉଛି। ଫିଟ୍‌ ହେବା ପାଇଁ ତାଙ୍କୁ ଆହୁରୀ ୬ରୁ ୯ ମାସ ସମୟ ଲାଗିବ ବୋଲି କୁହାଯାଉଛି। ଏଣୁ ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ଦାୟିତ୍ୱ କିଏ ତୁଲାଇବ ସେ ନେଇ ଆଶଙ୍କା ଦେଖାଦେଇଛି।

ଅପରପକ୍ଷେ ଏହି କ୍ରିକେଟର ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ନିଜକୁ ଫିଟ୍‌ କରିବାକୁ ଚେଷ୍ଟା କରୁଛନ୍ତି। ଔଷଧ ନିୟମିତ ସେବନ କରୁଥିବାରୁ ସେ ଆଇପିଏଲ୍‌ ବେଳକୁ ସୁସ୍ଥ ହୋଇଯିବା ଭାବୁଛନ୍ତି। ସମସ୍ୟା ରହିବ ହେଲେ ଆତ୍ମବିଶ୍ୱାସ ହିଁ ମୂଳକଥା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri