Posted inଖେଳ

ଆଇପିଏଲ୍‌ ଖେଳିବେନି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌! ଏଭଳି ହେଉଛିି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୨: ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ବେଶ୍‌ ଲୋକପ୍ରିୟ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନର। ସେ ନିଜ ଦମ୍‌ରେ ମ୍ୟାଚ୍‌ର କାୟା ପରିବର୍ତ୍ତିତ କରିଦେଇଥାନ୍ତି। ହେଲେ ସେ ଅନେକ ସମୟରେ ଆଘାତ ସମସ୍ୟା ଦେଇ ଗତି କରିଥାନ୍ତି। ଏଥିପାଇଁ ତାଙ୍କୁ ବାଧ୍ୟହୋଇ କ୍ରିକେଟରୁ ଦୂରରେ ରହିବାକୁ ପଡ଼ିଥାଏ। ଏଭଳି ଏକ ଘଟଣାକ୍ରମରେ ସେ ଆସନ୍ତା ଆଇପିଏଲ୍‌ରେ ଖେଳିବେ କି ନାହିଁ ସେନେଇ ଆଶଙ୍କା ସୃଷ୍ଟି ହୋଇଛି।

ଓ୍ବାର୍ନର ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆ ଖେଳୁଥିବା ବେଳେ ଆହତ ହୋଇଥିଲେ। ଏଥିପାଇଁ ଦଳରୁ ବାହାର ହୋଇଥିଲେ ସେ। ତୃତୀୟ ଟେଷ୍ଟରେ ସେ ଦଳକୁ ଫେରିଥିଲେ ହେଁ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଲାଗି ନ ଥିଲେ। ଏପରିକି ଚତୁର୍ଥ ଟେଷ୍ଟରେ ସେ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଏବେ ତାଙ୍କୁ ଆଘାତ ଲାଗି ଯନ୍ତ୍ରଣା ହେଉଛି। ଫିଟ୍‌ ହେବା ପାଇଁ ତାଙ୍କୁ ଆହୁରୀ ୬ରୁ ୯ ମାସ ସମୟ ଲାଗିବ ବୋଲି କୁହାଯାଉଛି। ଏଣୁ ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ଦାୟିତ୍ୱ କିଏ ତୁଲାଇବ ସେ ନେଇ ଆଶଙ୍କା ଦେଖାଦେଇଛି।

ଅପରପକ୍ଷେ ଏହି କ୍ରିକେଟର ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ନିଜକୁ ଫିଟ୍‌ କରିବାକୁ ଚେଷ୍ଟା କରୁଛନ୍ତି। ଔଷଧ ନିୟମିତ ସେବନ କରୁଥିବାରୁ ସେ ଆଇପିଏଲ୍‌ ବେଳକୁ ସୁସ୍ଥ ହୋଇଯିବା ଭାବୁଛନ୍ତି। ସମସ୍ୟା ରହିବ ହେଲେ ଆତ୍ମବିଶ୍ୱାସ ହିଁ ମୂଳକଥା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri