Posted inଖେଳ

ଆଇପିଏଲରେ ଐତିହାସିକ ରେକର୍ଡ ହାସଲ କଲେ ଏହି ଖେଳାଳି

ଆଇପିଏଲ ୨୦୨୦ର ଶେଷ ଲିଗ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରି ପ୍ଲେ ଅଫରେ ପ୍ରବେଶ କରିଛି। ମୁମ୍ବାଇ ବିପକ୍ଷ କର ବା ମର ମ୍ୟାଚ୍‌କୁ ୧୦ ଉଇକେଟ ବିଜୟରେ ଦଳର ଅଧିନାୟକ ଡେଭିଡ ୱାର୍ନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ମ୍ୟାଚ୍‌ରେ ସେ ଏକ ଐତିହାସିକ ରେକର୍ଡ ମଧ୍ୟ କରିଥିଲେ। ଏହି ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣର ୫୮ଟି ବଲରେ ୮୫ ରନ ସଂଗ୍ରହ କରିଥିଲେ। ଏଥିରେ ୧୦ଟି ଚୌକା ଏବଂ ଗୋଟିଏ ଛକା ମାରିଥିଲେ। ଏହା ସହିତ ଏହି ଚଳିତ ଆଇପିଏଲରେ ୫୦୦ ରନ ପୂରଣ କରିଥିଲେ। ଏହି ଇନିଂସ ମଧ୍ୟରେ ସେ ବିରାଟ କୋହଲିଙ୍କ ଏକ ସ୍ବତନ୍ତ୍ର ରେକର୍ଡ ମଧ୍ୟ ଭାଙ୍ଗିଥିଲେ। ଡେଭିଡ ୱାର୍ଣ୍ଣର ଆଇପିଏଲରେ ଷଷ୍ଠ ଥର ପାଇଁ ୫୦୦ରୁ ଅଧିକ ରନ ସଂଗ୍ରହ କରି ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ଲଗାତାର ୬ଟି ସିଜନରେ ୫୦୦ରୁ ଅଧିକ ରନ କରିଛନ୍ତି। ବିରାଟ କୋହଲି ୫ଟି ସିଜିନରେ ୫୦୦ରୁ ଅଧିକ ରନ ସଂଗ୍ରହ କରିଛନ୍ତି। ୱାର୍ଣ୍ଣର ୨୦୧୪ରେ ୫୨୮ ରନ, ୨୦୧୫ରେ ୫୬୨ ଏବଂ ୨୦୧୬ରେ ୮୪୮ ରନ କରିଥିଲେ। ଏହା ପରେ, ୱାର୍ଣ୍ଣର ୨୦୧୭ରେ ୬୪୧ ରନ ସ୍କୋର କରିଥିଲେ। ବଲ ଟାମ୍ପରିଂ ଉପରେ ନିଷେଧାଦେଶ ହେତୁ ସେ ୨୦୧୮ରେ ଖେଳି ନ ଥିଲେ କିନ୍ତୁ ୨୦୧୯ରେ ୱାର୍ଣ୍ଣର ୬୯୨ ରନ ସ୍କୋର କରି ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri