Posted inଖେଳ

ଆଇପିଏଲରେ ଐତିହାସିକ ରେକର୍ଡ ହାସଲ କଲେ ଏହି ଖେଳାଳି

ଆଇପିଏଲ ୨୦୨୦ର ଶେଷ ଲିଗ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରି ପ୍ଲେ ଅଫରେ ପ୍ରବେଶ କରିଛି। ମୁମ୍ବାଇ ବିପକ୍ଷ କର ବା ମର ମ୍ୟାଚ୍‌କୁ ୧୦ ଉଇକେଟ ବିଜୟରେ ଦଳର ଅଧିନାୟକ ଡେଭିଡ ୱାର୍ନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ମ୍ୟାଚ୍‌ରେ ସେ ଏକ ଐତିହାସିକ ରେକର୍ଡ ମଧ୍ୟ କରିଥିଲେ। ଏହି ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣର ୫୮ଟି ବଲରେ ୮୫ ରନ ସଂଗ୍ରହ କରିଥିଲେ। ଏଥିରେ ୧୦ଟି ଚୌକା ଏବଂ ଗୋଟିଏ ଛକା ମାରିଥିଲେ। ଏହା ସହିତ ଏହି ଚଳିତ ଆଇପିଏଲରେ ୫୦୦ ରନ ପୂରଣ କରିଥିଲେ। ଏହି ଇନିଂସ ମଧ୍ୟରେ ସେ ବିରାଟ କୋହଲିଙ୍କ ଏକ ସ୍ବତନ୍ତ୍ର ରେକର୍ଡ ମଧ୍ୟ ଭାଙ୍ଗିଥିଲେ। ଡେଭିଡ ୱାର୍ଣ୍ଣର ଆଇପିଏଲରେ ଷଷ୍ଠ ଥର ପାଇଁ ୫୦୦ରୁ ଅଧିକ ରନ ସଂଗ୍ରହ କରି ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ଲଗାତାର ୬ଟି ସିଜନରେ ୫୦୦ରୁ ଅଧିକ ରନ କରିଛନ୍ତି। ବିରାଟ କୋହଲି ୫ଟି ସିଜିନରେ ୫୦୦ରୁ ଅଧିକ ରନ ସଂଗ୍ରହ କରିଛନ୍ତି। ୱାର୍ଣ୍ଣର ୨୦୧୪ରେ ୫୨୮ ରନ, ୨୦୧୫ରେ ୫୬୨ ଏବଂ ୨୦୧୬ରେ ୮୪୮ ରନ କରିଥିଲେ। ଏହା ପରେ, ୱାର୍ଣ୍ଣର ୨୦୧୭ରେ ୬୪୧ ରନ ସ୍କୋର କରିଥିଲେ। ବଲ ଟାମ୍ପରିଂ ଉପରେ ନିଷେଧାଦେଶ ହେତୁ ସେ ୨୦୧୮ରେ ଖେଳି ନ ଥିଲେ କିନ୍ତୁ ୨୦୧୯ରେ ୱାର୍ଣ୍ଣର ୬୯୨ ରନ ସ୍କୋର କରି ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri