Posted inଖେଳ

କ୍ୟାରିୟରର ଶେଷ ଟେଷ୍ଟ ପରେ ଡେଭିଡ ୱାର୍ନରଙ୍କୁ ଖାସ୍‌ ଉପହାର ଦେଲା ପାକିସ୍ତାନୀ ଦଳ

ନୂଆଦିଲ୍ଲୀ,୬।୧: ଡେଭିଡ ୱାର୍ନର ନିଜ କ୍ୟାରିୟରର ଶେଷ ଟେଷ୍ଟ ପାକିସ୍ତାନ ବିପକ୍ଷରେ ସିଡନୀରେ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳିଛନ୍ତି। ଅଷ୍ଟ୍ରେଲିଆ ଏହି ମ୍ୟାଚ ଜିତିଥିବାରୁ ୱାର୍ନରଙ୍କ ପାଇଁ ଶେଷ ଟେଷ୍ଟ ବହୁତ ଭଲ ଥିଲା। ମ୍ୟାଚ ବେଳେ ୱାର୍ନର ୭ ଚୌକା ସହାୟତାରେ ୫୭ ରନ୍‌ ସଂଗ୍ରହ କରିଛନ୍ତି। ତାଙ୍କ କ୍ୟାରିୟରର ଶେଷ ଟେଷ୍ଟ ପରେ ପାକିସ୍ତାନ ଦଳ ୱାର୍ନରଙ୍କୁ ଏକ ବିଶେଷ ଉପହାର ଦେଇଛି।

ଟେଷ୍ଟ କ୍ରିକେଟକୁ ଅଲବିଦା କହିଥିବା ୱାର୍ନରଙ୍କୁ ପାକିସ୍ତାନ ବବର ଆଜାମଙ୍କ ଜର୍ସି ଉପହାର ଦେଇଛି। ଯେଉଁଥିରେ ପାକିସ୍ତାନୀ ଖେଳାଳିଙ୍କ ଦସ୍ତଖତ ରହିଛି। ପାକିସ୍ତାନ ଅଧିନାୟକ ଶାନ ମସୂଦ ୱାର୍ନରଙ୍କୁ ଏହି ଜର୍ସି ଉପହାର ସ୍ବରୂପ ଦେଇଛନ୍ତି।

ୱାର୍ନର ତାଙ୍କ ଟେଷ୍ଟ କ୍ୟାରିୟରରେ ୧୧୨ ଟି ମ୍ୟାଚ ଖେଳି ୨୦୫ ଇନିଂସରେ ବ୍ୟାଟିଂ କରି ହାରାହାରି ୪୪.୫୯ରେ ୮୭୮୬ ରନ ସ୍କୋର କରିଛନ୍ତି। ଏଥିରେ ୨୬ ଶତକ ଏବଂ ୩୭ ଅର୍ଦ୍ଧଶତକ ସାମିଲ ଅଛି। ଡିସେମ୍ବର ୨୦୧୧ରେ ୱାର୍ନର ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri