Posted inଖେଳ

ବଲ୍‌ ଷ୍ଟମ୍ପରେ ବାଜିଲା, ହେଲେ ଆଉଟ୍‌ ହେଲେ ନାହିଁ ଓ୍ବାର୍ନର

ମୁମ୍ବାଇ,୧୨।୫: ଚଳିତ ଆଇପିଏଲ୍‌ରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ର ଏକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନର ଉଲ୍ଲେଖନୀୟ ପ୍ରଦର୍ଶନ ସ୍ବରୂପ ୪୧ ବଲରେ ୫୨ ରନ୍‌ କରି ଦଳର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ଇନିଂସରେ ଭାଗ୍ୟ ଓ୍ବାର୍ନରଙ୍କ ସହ ରହିଥିଲା। ଏଥିଲାଗି ସେ ୟୁଜବେନ୍ଦ୍ର ଚହଲଙ୍କ ବଲ୍‌ରେ ଆଉଟ୍‌ ହେଉ ହେଉ ରହିଥିଲେ।

ଦିଲ୍ଲୀ ଇନିଂସର ୯ମ ଓଭରର ଶେଷ ବଲ୍‌ରେ ଏହି ଘଟଣା ଘଟିଥିଲା। ଓ୍ବାର୍ନର ଆଗକୁ ଆସି ଖେଳିବାକୁ ଚେଷ୍ଟା କରିଥିଲେ ହେଁ ବିଫଳ ହୋଇଥିଲେ। ଫଳରେ ବଲ୍‌ ସିଧା ଯାଇ ଷ୍ଟମ୍ପ୍ସରେ ବାଜିଥିଲା। ହେଲେ ବେଲ୍ସ ଖସି ନ ଥିଲା। ଏଥିଲାଗି ଓ୍ବାର୍ନର ଆଉଟ୍‌ ହୋଇ ନ ଥିଲେ। ମଇଦାନରେ ଉପସ୍ଥିତ ଖେଳାଳିମାନେ ଘଟଣାକୁ ଦେଖି ଚକିତ ହୋଇଥିଲେ। ନିଜେ ଓ୍ବାର୍ନର ଏବଂ ଚହଲ ମଧ୍ୟ ହସିଥିବା ଦେଖାଯାଇଥିଲା।

ଓ୍ବାର୍ନରଙ୍କ ବିଷୟରେ କହିଲେ ସେ ଚଳିତ ଆଇପିଏଲ୍‌ରେ ଜବରଦସ୍ତ ଫର୍ମରେ ଅଛନ୍ତି। ଦିଲ୍ଲୀ ଟିମ୍‌ରୁ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ସେ। ଏହି ସିଜନରେ ସେ ୪୦୦ରୁ ଅଧିକ ରନ୍‌ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri