Posted inଖେଳ

ପ୍ରଥମ ଇଂଲଣ୍ଡ ବୋଲର ଭାବେ ଏହି କିର୍ତ୍ତୀମାନ ହାସଲ କଲେ ଡେଭିଡ୍‌ ଓ୍ବିଲି

ସାଉଥାମ୍ପଟନ୍‌, ୩୧।୭: ମହାମାରୀ କରୋନା ଭାଇରସ୍‌ ପରବର୍ତ୍ତୀ ପ୍ରଥମ ଦିନିକିଆ ସିରିଜ ଘରୋଇ ଇଂଲଣ୍ଡ ଓ ପଡ଼ୋଶୀ ଆୟର୍ଲାଣ୍ଡ ମଧ୍ୟରେ ଆରମ୍ଭ ହୋଇଯାଇଛି। ଗୁରୁବାର ରାତିରେ ଖେଳାଯାଇଥିବା ସିରିଜର ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ୬ ଉଇକେଟ୍‌ରେ ବିଜୟ ଲାଭ କରିଛି। ଏହି ମ୍ୟାଚ୍‌ରେ ଭ୍ରମଣକାରୀ ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୪୪.୪ ଓଭରରେ ମାତ୍ର ୧୭୨ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଜବାବରେ ଇଂଲଣ୍ଡ ସାମ୍‌ ବିଲିଙ୍ଗ୍‌ (୬୭ ରନ) ଓ ଅଧିନାୟକ ଇଅନ ମୋର୍ଗାନ (୩୬)ଙ୍କ ଅପରାଜିତ ଇନିଂସ ବଳରେ ୨୭.୫ ଓଭରରେ ୪ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଚମତ୍କାର ବୋଲିଂ କରିଥିବା ଇଂଲଣ୍ଡର ଡେଭିଡ୍‌ ଓ୍ବିଲି (୮.୪-୨-୩୦-୫)ଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା। ମ୍ୟାଚ୍‌ରେ ବାମହାତୀ ଦ୍ରୁତ ବୋଲର ଓ୍ବିଲି ମୋଟ୍‌ ୫୨ଟି ବଲ୍‌ ପକାଇଥିବାବେଳେ ସେଥିମଧ୍ୟରୁ ୩୫ ବଲ୍‌ ଡଟ୍‌ ରହିଥିଲା। ଅର୍ଥାତ୍‌ ୩୫ ବଲରେ ସେ କୌଣସି ରନ୍‌ ବ୍ୟୟ କରି ନ ଥିଲେ। ସେହିଭଳି ଏହି ମ୍ୟାଚ୍‌ ଅବସରରେ ଓ୍ବିଲି ଏକ ସ୍ବତନ୍ତ୍ର କିର୍ତ୍ତୀମାନ ଲାଭ କରିଛନ୍ତି। ଇଂଲଣ୍ଡର ପ୍ରଥମ ବାମହାତୀ ଦ୍ରୁତ ବୋଲର ଭାବେ ସେ କୌଣସି ଏକଦିବସୀୟ ମ୍ୟାଚ୍‌ରେ ୫ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଏଥିପୂର୍ବରୁ ଆସେଲ୍‌ ଜାଇଲ୍ସ ଓ ସମିତ୍‌ ପଟେଲ ୫ ଉଇକେଟ୍‌ ହାସଲ କରିଥିଲେ ମଧ୍ୟ ଉଭୟ ସ୍ପିନର ଥିଲେ। ଉଲ୍ଲେଖଯୋଗ୍ୟ, ଉଦୀୟମାନ ବୋଲର ଓ୍ବିଲି ୨୦୧୯ ଆଇସିସି ବିଶ୍ୱକପ୍‌ରେ ସ୍ଥାନ ପାଇବାର ଯଥେଷ୍ଟ ସମ୍ଭାବନା ଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ଜୋଫ୍ରା ଆର୍ଚରଙ୍କୁ ବିଶ୍ୱକପ୍‌ ଟିକେଟ୍‌ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri